ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଛି। ଘଟଣାସ୍ଥଳରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଗାଡ଼ିରେ ଥିବା ଡ୍ରାଇଭରଙ୍କ ସମେତ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ମୃତ ପୋଲିସ କର୍ମଚାରୀ ଜଣକ ହେଲେ ଅନୀଲ ଏକ୍କା (୨୯)।
ଆହତଙ୍କୁ ଉଦ୍ଧାର କରାଯାଇ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ହେଲେ ଆହତଙ୍କ ମଧ୍ୟରୁ ହାବିଲଦାର ସୁନୀଲ କୁମାର ନାଏକଙ୍କ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ହେମଗିର ଥାନା ଗାଡ଼ି ନଂ. ଓଡି ୧୬ଏଫ୍ ୧୫୩୦ ଯୋଗେ ଏହି ପୋଲିସ କର୍ମଚାରୀମାନେ ଏକ ମାମଲାର ଗିରଫ ଅଭିଯୁକ୍ତମାନଙ୍କୁ ଧରି ସୁନ୍ଦରଗଡ଼ କୋର୍ଟକୁ ଚାଲାଣ ପାଇଁ ଆସିଥିଲେ। କୋର୍ଟ କାର୍ଯ୍ୟ ଶେଷ ପରେ ଅଭିଯୁକ୍ତଙ୍କୁ ସୁନ୍ଦରଗଡ଼ ଜେଲରେ ଛାଡି ହେମଗିରକୁ ଫେରୁଥିଲେ। କାଲୋବାହାଲ ନିକଟରେ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ଗଛରେ ପିଟି ହୋଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.