ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍ (ବ୍ଲାକ୍ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ କ୍ରୟ କରିବେ। ଔଷଧ ନିର୍ମାତା କମ୍ପାନୀଗୁଡ଼ିକଠାରୁ ସିଧାସଳଖ କ୍ରୟ କରାଯାଉଥିବାରୁ ରାଜ୍ୟରେ ଜୀବନ ରକ୍ଷାକାରୀ ଔଷଧ ଅଭାବ ପୂରଣରେ ଉନ୍ନତି ଦେଖା ଦେଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତଥାପି ଆମ୍ଫୋଟେରିସିନ ବି ଇଞ୍ଜେକ୍ଶନ କେନ୍ଦ୍ର ସରକାରଙ୍କ ରସାୟନ ଓ ରାସାୟନିକ ସାର ମନ୍ତ୍ରଣାଳୟ ଦ୍ୱାରା ଖରିଦ କରାଯାଉଛି। ଫଳରେ ରାଜ୍ୟର ରୋଗୀମାନଙ୍କୁ ଆବଶ୍ୟକତା ସମୟରେ ମିଳିପାରୁ ନାହିଁ। ରାଜ୍ୟରେ ବ୍ଲାକ୍ ଫଙ୍ଗସ ରୋଗ ପରିସ୍ଥିତିରେ ଉନ୍ନତି ଦେଖାଦେଇଛି। ଯଦିଓ ଏବେ ବି ଔଷଧ ପାଇଁ ଆମେ କେନ୍ଦ୍ର ସରକାରଙ୍କ ଉପରେ ନିର୍ଭର କରୁଛୁ ତେବେ ଅନ୍ୟ ସଂସ୍ଥା ଦ୍ୱାରା ମଧ୍ୟ ରାଜ୍ୟ ସରକାର ଔଷଧ କ୍ରୟ କରୁଛନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ରାଜ୍ୟରେ ମ୍ୟୁକୋରମାଇକୋସିସ୍ ମାମଲା ହ୍ରାସ ପାଇବାରେ ଲାଗିଛି। ଏହି ରୋଗ ପାଇଁ ସ୍ବତନ୍ତ୍ର ହସ୍ପିଟାଲର ବ୍ୟବସ୍ଥା କରାଯାଇଛି। ବ୍ଲାକ୍ ଫଙ୍ଗସ ରୋଗୀଙ୍କ ପାଇଁ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲାସ୍ଥିତ ଭିମ୍ସାରଠାରେ ରାଜ୍ୟ ସରକାର ୩୦ ବେଡ୍ ଲେଖାଏ ବ୍ୟବସ୍ଥା କରିଛନ୍ତିି। ପ୍ରତ୍ୟେକ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ଏଥିପାଇଁ ୪ଟି ବେଡ୍ ସଂରକ୍ଷିତ ରଖାଯାଇଛି ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ଏ ପର୍ଯ୍ୟନ୍ତ ୮୨ ଜଣ ବ୍ଲାକ୍ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି।
ଏସ୍ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍ଡିଜିରେ ଅଧିକ ୧୦ ପଏଣ୍ଟ ପାଇ...
୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି ।...
ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ
ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ...
୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ...
ବାଲି ଲୁଟ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ)ଙ୍କ...
ସିବିଏସ୍ଇ, ସିଆଇଏସ୍ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା
ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ ସ୍କୁଲ୍ ସାର୍ଟିଫିକେଟ୍ ଏଜୁକେଶନ (ସିଆଇଏସ୍ସିଇ)ର ଦ୍ୱାଦଶ ବୋର୍ଡ...
ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦...
‘ଆହାର’ ରିହାତି ଚଳୁ
କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...


