୧୪ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୯/୬(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ମହାରାଷ୍ଟ୍ରର ଆଲିବାଗ, ପୁଣେ ଆଦି ସ୍ଥାନରେ ପହଞ୍ଚତ୍ଛି। ସେହିପରି ଦକ୍ଷିଣପୂର୍ବ ଭାରତରେ ଏହା ଆନ୍ଧ୍ରପ୍ରଦେଶର ଆଉ କିଛି ଅଞ୍ଚଳ ଯେପରିକି ଶ୍ରୀହରିକୋଟା, ରେଣ୍ଟାଚିନ୍ତଲାକୁ ଛୁଇଁଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳକୁ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୦ରୁ ୧୪ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୧ ଓ ୧୨ରେ ରାଜ୍ୟର ଅନେକ ସ୍ଥାନରେ ପ୍ରଳବରୁ ଅତି ପ୍ରବଳ ବର୍ଷା ହେବ। ୧୧ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, ପୁରୀ ଓ ଖୋର୍ଦ୍ଧା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ୧୨ରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଦୁଇଦିନ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ନୟାଗଡ଼ରେ ସର୍ବାଧିକ ୨୯ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ୬ଟି ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ବୌଦ୍ଧରେ ସର୍ବାଧିକ ୪୧ଡିଗ୍ରୀ ରହିଥିବା ବେଳେ ସୋନପୁର ୪୦.୮, ବଲାଙ୍ଗୀର ୪୦.୪, ଟିଟିଲାଗଡ଼ ୪୦.୨, ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.