ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। କେନ୍ଦ୍ର ସରକାର କୃଷି ଅଧ୍ୟାଦେଶ ଆଣିବାର ଏକ ବର୍ଷ ପୂର୍ତ୍ତି ଅବସରରେ ଏଭଳି ବିକ୍ଷୋଭ ପ୍ରଦର୍ଶନ କରିବା ସହ କୃଷି ଆଇନର ନକଲ ପୋଡା ଯିବ ବୋଲି ବିକେୟୁ ଗଣମାଧ୍ୟମ ପ୍ରଭାରୀ ଧର୍ମେନ୍ଦ୍ର ମଲିକ କହିଛନ୍ତି। ଯେଉଁ ଜିଲାରେ ଭାଜପା ଏମ୍ପି କିମ୍ବା ବିଧାୟକ ନାହାନ୍ତି, ସେଠାରେ ଜିଲାପାଳଙ୍କ ଅଫିସ୍ ଆଗରେ ବସିବେ ଚାଷୀମାନେ।
କେନ୍ଦ୍ର ସରକାରଙ୍କ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀ ସଂଗଠନଗୁଡ଼ିକ ଗତ ବର୍ଷ ନଭେମ୍ବରରୁ ଦିଲ୍ଲୀ ସୀମାରେ ଆନ୍ଦୋଳନ ଚଳାଇ ଆସୁଛନ୍ତି। ଏନେଇ ସରକାରଙ୍କ ସହ କୃଷକ ସଂଗଠନ ପକ୍ଷରୁ ବାରମ୍ବାର ଆଲୋଚନା ହୋଇଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇପାରି ନାହିଁ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.