ଗୋଟିଏ ଜୁଇରେ ୧୦ କୋଭିଡ୍‌ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍‌ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏଥିରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବ, ବାରିପଦା ଓ ବଲାଙ୍ଗୀର ଜିଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀ କାଳୀ ମିଶ୍ର ଏହି ମାମଲା ଦାଏର କରିଛନ୍ତି।
ସେ ତାଙ୍କ ଆବେଦନରେ ଉଲ୍ଲେଖ କରିଛନ୍ତି, କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର କୋଭିଡ୍‌ ହସ୍ପିଟାଲ ଖୋଲିଛନ୍ତି। କିନ୍ତୁ କେତେକ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହେଉଛି। ବାରିପଦା କୋଭିଡ୍‌ ହସ୍ପିଟାଲରେ ରୋଗୀ ତଳେ ଗଡୁଛନ୍ତି। ଏପରି କି ପାଇଖାନା ନିକଟରେ ଶୋଉଛନ୍ତି।
ହାଇକୋର୍ଟରେ ମାମଲା…
ରୋଗୀମାନେ ବଞ୍ଚିଥିବାବେଳେ ଅବ୍ୟବସ୍ଥାର ଶିକାର ହେଉଛନ୍ତି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଯେଉଁମାନଙ୍କ ମୃତ୍ୟୁ ଘଟୁଛି, ସେମାନଙ୍କ ମୃତଦେହକୁ ଅସମ୍ମାନ କରାଯାଉଛି। ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ ମୃତଦେହ ସତ୍କାର କରାଯାଇଛି। ତେଣୁ ହାଇକୋର୍ଟଙ୍କ ତତ୍ତ୍ବାବଧାନରେ ଏହି ଘଟଣାର ତଦନ୍ତ କରାଯାଇ ହସ୍ପିଟାଲ ଓ ଦୋଷୀ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ କୋଭିଡ୍‌ ହସ୍ପିଟାଲରେ ସିସିଟିଭି ଲଗାଇବା ପାଇଁ ନିବେଦନ କରାଯାଇଛି। ସେହିପରି କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସରକାରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶାବଳୀକୁ ଠିକ୍‌ଭାବେ କାର୍ଯ୍ୟକାରୀ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ମିଶ୍ର ନିବେଦନ କରିଛନ୍ତି। ଆଇନଜୀବୀ ବିଭୁତି ଭୂଷଣ ଚୌଧୁରୀ ମାମଲା ପରିଚାଳନା କରୁଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.