ଆଡିଲେଡ୍,୧୪।୬(ଏପି): ଅଷ୍ଟ୍ରେଲୀୟ ସନ୍ତରଣକାରୀ କୋଲି ମ୍ୟାକ୍କେଓନ ୧୦୦ ମିଟର ବ୍ୟାକ୍ଷ୍ଟ୍ରୋକ ଇଭେଣ୍ଟରେ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। ରବିବାର ଅନୁଷ୍ଠିତ ଅଷ୍ଟ୍ରେଲିଆ ଅଲିମ୍ପିକ ଟ୍ରାଏଲ୍ସରେ ୧୯ ବର୍ଷୀୟ ମ୍ୟାକ୍କେଓନ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ସାଉଥ୍ ଅଷ୍ଟ୍ରେଲିଆନ ଆକ୍ୱାଟିକ୍ ସେଣ୍ଟରରେ ସେ ୫୭.୪୫ ସେକେଣ୍ଡ ନେଇ ଏହି ସଫଳତା ପାଇଛନ୍ତି। ପୂର୍ବରୁ ଆମେରିକାର ରେଗାନ ସ୍ମିଥ୍ ୨୦୧୯ରେ ୫୭.୫୭ ସେକେଣ୍ଡ ସମୟ ନେଇ ରେକର୍ଡ ସୃଷ୍ଟି କରିଥିଲେ।
ମ୍ୟାକ୍କେଓନଙ୍କ ବାପା ଶୋଲଟୋ ଗତ ଅଗଷ୍ଟ ମାସରେ ବ୍ରେନ୍ କ୍ୟାନ୍ସରରେ ମୃତ୍ୟୁବରଣ କରିଥିଲେ। ଅସମୟରେ ପିତାଙ୍କ ଦେହାନ୍ତ ତାଙ୍କୁ ଭଲ ପ୍ରଦର୍ଶନ କରିବାକୁ ପ୍ରେରଣା ଯୋଗାଇଥିଲା ବୋଲି ସେ କହିଛନ୍ତି। ଆସନ୍ତା ମାସ ଟୋକିଓ ଅଲିମ୍ପିକ୍ସରେ ସେ ଏହି ସଫଳତା ଦୋହରାଇବା ଲକ୍ଷ୍ୟରେ ରହିଛନ୍ତି। ଆମେରିକୀୟ ତାରକା ସ୍ମିଥ୍ଙ୍କ ସହ ତାଙ୍କର ପ୍ରତିଦ୍ୱନ୍ଦ୍ୱିତା ହେବ। ଏମିଲି ସିବୋମ ୫୮. ୫୯ ସେକେଣ୍ଡ ସମୟ ନେଇ ମ୍ୟାକ୍କେଓନଙ୍କ ପଛକୁ ରହି ଦ୍ୱିତୀୟ ସ୍ଥାନରେ ରହିଥିଲେ ଓ ଚତୁର୍ଥ ଥର ପାଇଁ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି।
ଓ୍ବିମ୍ବେଲଡନରୁ ଓହରିଲେ, ଅଲିମ୍ପିକ୍ସରେ ଭାଗନେବେ ଓସାକା
ଲଣ୍ଡନ,୧୯ା୬(ଏପି)-ଚାରିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନାଓମି ଓସାକା ଓ୍ବିମ୍ବେଲଡନରୁ ଓହରିଯିବେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ। ମହିଳା ଟେନିସ ଖେଳାଳିଙ୍କ ଏଜେଣ୍ଟ ଷ୍ଟୁଆର୍ଟ ଡଗୁଇଡ୍ ଏହି...
କୋପା ଆମେରିକା ଫୁଟବଲ: ବ୍ରାଜିଲ ଜିତିଲା ଉଦ୍ଘାଟନୀ ମ୍ୟାଚ
ସାଓ ପାଓଲୋ, ୧୫।୬(ଏପି)-କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟର ୪୭ତମ ସଂସ୍କରଣ ଉଦ୍ଘାଟିତ ହୋଇଛି। ଉଦ୍ଘାଟନୀ ମ୍ୟାଚରେ ଆୟୋଜକ ବ୍ରାଜିଲ ୩-୦ ଗୋଲରେ ଭେନିଜୁଏଲାକୁ ହରାଇ...
୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ତାଲିକାରେ ନାମ
ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି...
ଲଜ୍ଜାଜନକ ରେକର୍ଡ: ୪୨ ରନ୍ରେ ଅଲ୍ଆଉଟ୍ ହୋଇଯାଇଥିଲା ଭାରତୀୟ ଦଳ
୪୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ...
ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍ରେ ଚୟନକୁ ନେଇ ଏଭଳି…
ନୂଆଦିଲ୍ଲୀ,୧୨।୬: ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଭାରତୀୟ ଟିିମ୍ର ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ମିଳିଛି। ସେମାନଙ୍କ ମଧ୍ୟରୁ ଦ୍ରୁତ ବୋଲର...
ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି
ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ...
‘ଭାରତ ଜିତିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍’
ମେଲବୋର୍ନ,୧୬ା୬(ପି.ଟି.)-ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ଭାରତ ଅତି ସହଜରେ ବିଜୟ ଲାଭ କରିବ, ଏଥିରେ କୌଣସି ସନ୍ଦେହ ନାହିଁ ବୋଲି କହିଛନ୍ତି ଅଷ୍ଟ୍ରେଲିଆର...
ଜାଡେଜାଙ୍କ ପାଇଁ ଖୁସି ଖବର
ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ...


