ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ କରିବାକୁ ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ‘ମୋ ସ୍କୁଲ୍ ଅଭିଯାନ’ର ୨୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଓଡ଼ିଶାର ୨୩ଟି ଜିଲାର ମୋଟ ୧୦୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କରାଯାଇଛି।
ଗତ ୧ ମାସ ମଧ୍ୟରେ ୧୭ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରୀଛାତ୍ର ମୋ ସ୍କୁଲ୍ ଅଭିଯାନ ସହ ଯୋଡ଼ି ହୋଇଥିବାବେଳେ ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୫ କୋଟି ୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବାଲେଶ୍ୱରରେ ସର୍ବାଧିକ ୨.୨୮ କୋଟି, ଭଦ୍ରକରେ ୩୫ ଲକ୍ଷ ୮୧ ହଜାର, ମୟୂରଭଞ୍ଜରେ ୨୫ ଲକ୍ଷ ୧ ହଜାର, ଜଗତ୍ସିଂହପୁରରେ ୨୫ ଲକ୍ଷ ଏବଂ ନୟାଗଡ଼ରେ ୨୧ ଲକ୍ଷ ୮୮ ହଜାର ଟଙ୍କା ପୁରାତନ ଛାତ୍ରୀଛାତ୍ରମାନେ ପ୍ରଦାନ କରିଛନ୍ତି। ଅନ୍ୟ ପକ୍ଷରେ ବିଭିନ୍ନ ସିଏସ୍ଆର୍ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍ ଅଭିଯାନକୁ ୩୦କୋଟି ଟଙ୍କାର ଅନୁଦାନ ଆସିଛି। ପୁରାତନ ଛାତ୍ରୀଛାତ୍ର ଏବଂ ସିଏସ୍ଆର୍ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୧୦୫ କୋଟି ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମୋଦନ କରିଛି।
ସ୍କୁଲ୍ ଫି’ ଛାଡ଼ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ରାୟ ମାନିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୪ା୬(ବ୍ୟୁରୋ): କରୋନା କାଳରେ ଘରୋଇ ସ୍କୁଲର ଛାତ୍ରୀଛାତ୍ରଙ୍କ ଫି’ ଛାଡ଼କୁ ନେଇ ସୁପ୍ରିମ୍କୋର୍ଟଙ୍କ ରାୟକୁ ଆଧାର କରି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ...
ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ
ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ’ ସମ୍ମାନ...
ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ...
୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦...
ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି
ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ...
କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ...
ଗ୍ଲୋବାଲ ଇ-ଟେଣ୍ଡର ବାତିଲ
ଭୁବନେଶ୍ୱର,୨୪।୬(ବ୍ୟୁରୋ): କୋଭିଡ ଟିକା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଇ-ଟେଣ୍ଡରକୁ ବାତିଲ କରାଯାଇଛି। ବୁଧବାର ଏ ନେଇ ଓଡ଼ିଶା ରାଜ୍ୟ ଔଷଧ ନିଗମ ଲିମିଟେଡ...
୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି...


