ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ କରିବାକୁ ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ‘ମୋ ସ୍କୁଲ୍ ଅଭିଯାନ’ର ୨୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଓଡ଼ିଶାର ୨୩ଟି ଜିଲାର ମୋଟ ୧୦୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କରାଯାଇଛି।
ଗତ ୧ ମାସ ମଧ୍ୟରେ ୧୭ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରୀଛାତ୍ର ମୋ ସ୍କୁଲ୍ ଅଭିଯାନ ସହ ଯୋଡ଼ି ହୋଇଥିବାବେଳେ ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୫ କୋଟି ୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବାଲେଶ୍ୱରରେ ସର୍ବାଧିକ ୨.୨୮ କୋଟି, ଭଦ୍ରକରେ ୩୫ ଲକ୍ଷ ୮୧ ହଜାର, ମୟୂରଭଞ୍ଜରେ ୨୫ ଲକ୍ଷ ୧ ହଜାର, ଜଗତ୍ସିଂହପୁରରେ ୨୫ ଲକ୍ଷ ଏବଂ ନୟାଗଡ଼ରେ ୨୧ ଲକ୍ଷ ୮୮ ହଜାର ଟଙ୍କା ପୁରାତନ ଛାତ୍ରୀଛାତ୍ରମାନେ ପ୍ରଦାନ କରିଛନ୍ତି। ଅନ୍ୟ ପକ୍ଷରେ ବିଭିନ୍ନ ସିଏସ୍ଆର୍ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍ ଅଭିଯାନକୁ ୩୦କୋଟି ଟଙ୍କାର ଅନୁଦାନ ଆସିଛି। ପୁରାତନ ଛାତ୍ରୀଛାତ୍ର ଏବଂ ସିଏସ୍ଆର୍ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୧୦୫ କୋଟି ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମୋଦନ କରିଛି।
ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ
କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ...
ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ
କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍...
ନକଲି ଡାକ୍ତରଙ୍କ କ୍ଲିନିକ୍ରେ ଚଢ଼ାଉ ଘଟଣା: ଏସ୍ଡିଜେଏମ୍ କୋର୍ଟରେ ମାମଲା
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ...
ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ...
ଅଳିଆ ଉଠାରେ ଅସହଯୋଗ
ଅନୁଗୋଳ ଅଫିସ, ୨୨ା୬- ଅନୁଗୋଳ ସହର ସଫେଇ ନେଇ ଦେଖାଦେଇଥିବା ବିବାଦର ସମାଧାନ ଏଯାଏ ହୋଇପାରି ନାହିଁ। ସଫେଇ କର୍ମଚାରୀ ସଂଘ ସମ୍ପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...
ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ...
ପୁରୀରେ ପହଞ୍ଚିଲା ରଥ ଦଉଡ଼ି
ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର...
ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...


