୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍‌ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍‌ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ‘ମୋ ସ୍କୁଲ୍‌ ଅଭିଯାନ’ର ୨୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଓଡ଼ିଶାର ୨୩ଟି ଜିଲାର ମୋଟ ୧୦୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ କରାଯାଇଛି।
ଗତ ୧ ମାସ ମଧ୍ୟରେ ୧୭ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରୀଛାତ୍ର ମୋ ସ୍କୁଲ୍‌ ଅଭିଯାନ ସହ ଯୋଡ଼ି ହୋଇଥିବାବେଳେ ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୫ କୋଟି ୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବାଲେଶ୍ୱରରେ ସର୍ବାଧିକ ୨.୨୮ କୋଟି, ଭଦ୍ରକରେ ୩୫ ଲକ୍ଷ ୮୧ ହଜାର, ମୟୂରଭଞ୍ଜରେ ୨୫ ଲକ୍ଷ ୧ ହଜାର, ଜଗତ୍‌ସିଂହପୁରରେ ୨୫ ଲକ୍ଷ ଏବଂ ନୟାଗଡ଼ରେ ୨୧ ଲକ୍ଷ ୮୮ ହଜାର ଟଙ୍କା ପୁରାତନ ଛାତ୍ରୀଛାତ୍ରମାନେ ପ୍ରଦାନ କରିଛନ୍ତି। ଅନ୍ୟ ପକ୍ଷରେ ବିଭିନ୍ନ ସିଏସ୍‌ଆର୍‌ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍‌ ଅଭିଯାନକୁ ୩୦କୋଟି ଟଙ୍କାର ଅନୁଦାନ ଆସିଛି। ପୁରାତନ ଛାତ୍ରୀଛାତ୍ର ଏବଂ ସିଏସ୍‌ଆର୍‌ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୧୦୫ କୋଟି ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମୋଦନ କରିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.