ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧଚାଷୀ ଉପକୃତ ହେବେ। ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ୍ ମହାମାରୀ ପରିପ୍ରେକ୍ଷୀରେ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଚାହିଦାରେ ବଡ଼ ଧରଣର ହ୍ରାସ ଘଟିଥିବାରୁ ଏହା ଦୁଗ୍ଧଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି।
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି।...
ମଦ ପାଇଁ ଏଏସ୍ଆଇ ସସ୍ପେଣ୍ଡ
ଭଦ୍ରକ ଅଫିସ, ୨୦।୬: ଜଣେ ଯୁବକଙ୍କୁ ମଦ ମାଗୁଥିବା ନେଇ ଭିଡିଓ ଭାଇରାଲ ପରେ ଭଦ୍ରକ ଟାଉନ ଥାନାର ଏଏସ୍ଆଇ ବୀରଭଦ୍ର ବେହେରାଙ୍କୁ ସସ୍ପେଣ୍ଡ କରିଛନ୍ତି...
ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ
ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...
ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ
ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ...
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ...
ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର
ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି...
ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ
ସାରସକଣା,୧୮।୬(ଡି.ଏନ.ଏ.)- ପ୍ରଶାସନର କାର୍ଯ୍ୟଧାରା ଏବଂ ଅପାରଗତାକୁ ପଦାରେ ପକାଇବା ଲକ୍ଷ୍ୟନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଗଁାକୁ ଯିବାକୁ ଭଲ ରାସ୍ତା ଓ ପୋଲ...
ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର
ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି।...


