ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମି.ମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକ ବର୍ଷା ୧୪୬.୮ମିମି ଠାରୁ ୭ ପ୍ରତିଶତ ଅଧିକ ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦୁଝର ଆଦି ୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଯାହା ସ୍ବାଭାବିକ ବର୍ଷାଠାରୁ ୨୦ରୁ ୫୯% କମ୍ ରହିଛି। ଏହି ସମୟ ମଧ୍ୟରେ ପୁରୀ, ସୁନ୍ଦରଗଡ଼ ଓ କୋରାପୁଟ ଆଦି ୩ ଜିଲାରେ ସ୍ବାଭାବିକଠାରୁ ଅତ୍ୟଧିକ ଅର୍ଥାତ୍ ୬୦% କିମ୍ବା ତା’ଠାରୁ ଅଧିକ ବର୍ଷା ହୋଇଛି। ସେହିପରି ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ନୂଆପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ମାଲକାନଗିରି ଆଦି ୯ଜିଲାରେ ସ୍ବାଭାବିକଠାରୁ ୨୦ରୁ ୫୯% ଯାଏ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୧୧ଜିଲାରେ ସ୍ବାଭାବିକ ବର୍ଷା ଅନୁଭୂତ ହୋଇଛି।
ସଂକ୍ରମଣ ନେଉଛି ଅଧିକ ଜୀବନ
ଅନୁଗୋଳ ଅଫିସ, ୩ା୬: ଜନ୍ମରୁ ୨୮ ଦିନ ଓ ୨୮ ଦିନରୁ ୧୨ ମାସ ମଧ୍ୟରେ ସଂକ୍ରମଣ (ଇନ୍ଫେକ୍ଶନ) ହିଁ ଅଧିକ ଶିଶୁଙ୍କ ଜୀବନହାନି ଘଟାଇଥାଏ।...
ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ
ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ...
ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର
ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି...
ଗୋଟିଏ କୋଠରିରେ ୧୫୦ କର୍ମଚାରୀ
ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ...
ଏମ୍ସରେ ଲାଗିବ ଏକ୍ମୋ ମେଶିନ
ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର...
୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ
ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...
ଛେଳିର ଅନ୍ତ୍ୟେଷ୍ଟିକ୍ରିୟା
ପାଟଣା,୧୭ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧୀନ ତେନ୍ତେଳା ଗ୍ରାମରେ ବୁଧବାର ପ୍ରାଣୀ ଓ ମଣିଷ ଭିତରେ ଥିବା ଅନାବିଳ ସମ୍ପର୍କ ଦେଖିବାକୁ...
ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍ ଅନର
ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି...


