ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମି.ମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକ ବର୍ଷା ୧୪୬.୮ମିମି ଠାରୁ ୭ ପ୍ରତିଶତ ଅଧିକ ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦୁଝର ଆଦି ୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଯାହା ସ୍ବାଭାବିକ ବର୍ଷାଠାରୁ ୨୦ରୁ ୫୯% କମ୍ ରହିଛି। ଏହି ସମୟ ମଧ୍ୟରେ ପୁରୀ, ସୁନ୍ଦରଗଡ଼ ଓ କୋରାପୁଟ ଆଦି ୩ ଜିଲାରେ ସ୍ବାଭାବିକଠାରୁ ଅତ୍ୟଧିକ ଅର୍ଥାତ୍ ୬୦% କିମ୍ବା ତା’ଠାରୁ ଅଧିକ ବର୍ଷା ହୋଇଛି। ସେହିପରି ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ନୂଆପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ମାଲକାନଗିରି ଆଦି ୯ଜିଲାରେ ସ୍ବାଭାବିକଠାରୁ ୨୦ରୁ ୫୯% ଯାଏ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୧୧ଜିଲାରେ ସ୍ବାଭାବିକ ବର୍ଷା ଅନୁଭୂତ ହୋଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.