ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍ ଯୋଦ୍ଧା ଟିକା ନେଇନାହାନ୍ତି। ସେମାନଙ୍କ ମଧ୍ୟରେ ୧,୩୬,୧୭୦ ଜଣ ସ୍ବାସ୍ଥ୍ୟକର୍ମୀ ଥିବାବେଳେ ୬୧,୦୪୭ ଜଣ ସମ୍ମୁଖ ଯୋଦ୍ଧା ଅଛନ୍ତି। ଭୁବନେଶ୍ୱରରେ ସର୍ବାଧିକ ୧୭,୪୦୭ଜଣ କୋଭିଡ୍ ଯୋଦ୍ଧା ଟିକା ନେଇ ନ ଥିବା ବେଳେ ସୁନ୍ଦରଗଡ଼ରେ ୧୪,୮୫୬, ଗଞ୍ଜାମରେ ୧୩,୬୧୩, ଭଦ୍ରକ ୧୧,୮୯୨, ଖୋର୍ଦ୍ଧାରେ ୧୧,୮୫୮, ମୟୂରଭଞ୍ଜରେ ୧୦,୫୧୯, କଟକରେ ୧୦,୩୪୭, ବାଲେଶ୍ୱରରେ ୧୦,୩୧୬ଜଣ କୋଭିଡ୍ ଯୋଦ୍ଧା ଟିକା ନେଇନାହାନ୍ତି। ତେବେ ଗଞ୍ଜାମରେ ସର୍ବାଧିକ ୧୧,୭୭୪ ଏବଂ ଭୁବନେଶ୍ୱରରେ ୯,୯୩୨ ଜଣ ସ୍ବାସ୍ଥ୍ୟକର୍ମୀ ଟିକା ନେଇନାହାନ୍ତି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।
କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ
କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର...
ଅମ୍ବାଳିଅଠା ନିକଟରେ ସିରିଜ୍ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ
ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି।...
୪ବର୍ଷର ପ୍ରତିଭା ସାଇସାଗର
ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ...
ବିନା ସ୍ଲଟ୍ ବୁକିଂରେ ନେଇପାରିବେ ଦ୍ୱିତୀୟ ଡୋଜ୍ ଟିକା
ଭୁବନେଶ୍ୱର,୬ା୬(ବ୍ୟୁରୋ): ଏଣିକି ବିନା ସ୍ଲଟ୍ରେ ଦିଆଯିବ ଦିତୀୟ ଡୋଜ୍ ଟିକା। ଭୁବନେଶ୍ୱରରେ ଦ୍ୱିତୀୟ ଡୋଜ୍ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି। ମେ’ ୧୪ ପୂର୍ବରୁ ଟିକା ନେଇଥିବା...
ବୋମାମାଡ଼ କରି ବିଜେଡି ନେତା ଗିରଫ
ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...
ବଜାର ବନ୍ଦ, ସରକାର ନେଉନାହାନ୍ତି
ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...
ଏମିତି ବି ମାଡ଼ିଆସେ ମୃତ୍ୟୁ
କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ...
ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...


