୨ ଦିନ ବର୍ଷା

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ଜୁନ୍‌ ପହିଲାରୁ ୨୬ ତାରିଖ ମଧ୍ୟରେ ରାଜ୍ୟରେ ୩ ପ୍ରତିଶତ କମ୍‌ ବର୍ଷା ହୋଇଛି। ୮ ଜିଲାରେ ସ୍ବାଭାବିକଠାରୁ ୨୬ ପ୍ରତିଶତରୁ କମ୍‌ ବର୍ଷା ହୋଇଛି। ଭଦ୍ରକରେ ୪୯ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ଗଜପତି ୪୬, ଗଞ୍ଜାମ ୪୬, ଯାଜପୁର ୩୪, କନ୍ଧମାଳ ୩୫, ରାୟଗଡ଼ା ୨୪, ବଲାଙ୍ଗୀର ୨୬, ବୌଦ୍ଧ ଜିଲାରେ ୨୪ ପ୍ରତିଶତ କମ୍‌ ବର୍ଷା ହୋଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.