ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସରେ ଏହା ଘୋଷଣା କରିଛନ୍ତି। ଏଥିପୂର୍ବରୁ ଗତ ମାସରେ ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ କରୋନା ପରିଚାଳନା ଲାଗି ୨୫ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା।
ଉକ୍ତ ଅର୍ଥରାଶି ବିନିଯୋଗରେ ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ବୌଦ୍ଧ, ସୁବର୍ଣ୍ଣପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାରେ କରୋନା ମୁକାବିଲା ଲାଗି ଆବଶ୍ୟକ ଜରୁରୀ ଉପକରଣ କିଣାଯାଇଛି। ଭେଣ୍ଟିଲେଟର, ଅକ୍ସିଜେନ୍ ପାଇପ୍, ଅଟୋଆନାଲାଇଜର, ସିବିସି ମେଶିନ୍, ଅକ୍ସିମିଟର ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଅତିରିକ୍ତ ସହାୟତା ଦ୍ବାରା କୋଭିଡ୍ ପ୍ରଭାବିତ ସମ୍ପୃକ୍ତ ଜିଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ପଶ୍ଚିମ ଓଡ଼ିଶାର କୋଭିଡ୍ ସ୍ଥିତିରେ ଉନ୍ନତି ଆସୁଛି। ଜନସାଧାରଣଙ୍କ ସହଯୋଗରୁ ଏହା ସମ୍ଭବ ହୋଇପାରିଛି। କରୋନା ପରିଚାଳନାରେ ଆଗଧାଡ଼ିରେ ରହି କାମ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଅଙ୍ଗନଓ୍ବାଡି କର୍ମୀ, ଆଶାକର୍ମୀଙ୍କ ଅକ୍ଳାନ୍ତ ପରିଶ୍ରମ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସମସ୍ତଙ୍କ ମିଳିତ ଉଦ୍ୟମରେ ସଙ୍କଟରୁ ମୁକ୍ତି ମିଳିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ପଶ୍ଚିମ ଓଡ଼ିଶାର ସମ୍ପୃକ୍ତ ୧୧ ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜଭୁତ୍ କରିବାକୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଆଗେଇ ଆସିଛି। ଏଥିଲାଗି ମୁଖ୍ୟମନ୍ତ୍ରୀ ପରିଷଦକୁ ଧନ୍ୟବାଦ ଜଣାଇଛନ୍ତି। ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ଅଧିକ ପାଣ୍ଠି ଦିଆଯାଉଛି। ଡବ୍ଲ୍ୟୁଓଡିସି ଏହି ଦାୟିତ୍ୱକୁ ସଫଳ ଭାବେ ନିର୍ବାହ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। କୋଭିଡ୍ ମୁକାବିଲାରେ ଓଡ଼ିଶା ଉଦାହରଣ ସୃଷ୍ଟି କରିପାରିଛି। ଅକ୍ସିଜେନ ଯୋଗାଣ କରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି। ଏଭଳି ସଙ୍କଟ ସମୟରେ ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’। ସମସ୍ତଙ୍କୁ ଯେପରି ଉତ୍ତମ ଚିକିତ୍ସା ମିଳିପାରିବ ସେଥିଲାଗି ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଉପମୁଖ୍ୟ ସଚେତକ ରୋହିତ ପୂଜାରୀଙ୍କ ସମେତ ଏମ୍ପି ଓ ବିଧାୟକମାନେ ଯୋଗଦେଇଥିଲେ। ଡବ୍ଲ୍ୟୁଓଡିସି ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ ସ୍ବାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିଶନର ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.