ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ ରେଳପଥ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କ ସମନ୍ବୟରେ ପୁରୀକୁ କିଛି ଟ୍ରେନ୍ ବାତିଲ କରାଯାଇଛି। ସେଗୁଡ଼ିକ ମଧ୍ୟରୁ ପୁରୀକୁ ଆସୁଥିବା ୨୬ଟି ଦୂରଗାମୀ ଟ୍ରେନ୍ ଖୋର୍ଦ୍ଧାରୋଡ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ଖୋର୍ଦ୍ଧାରୋଡରୁ ଯାତ୍ରା ଆରମ୍ଭ କରିବ। ଉଭୟ ଦିଗରୁ ଖୋର୍ଦ୍ଧାରୋଡ ଏବଂ ପୁରୀ ମଧ୍ୟରେ ଚଳାଚଳ ବାତିଲ ରହିବ। ୨୧ଟି ଦୂରଗାମୀ ବିଶେଷ ଟ୍ରେନ ଜୁଲାଇ ମାସ ତୃତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ପରିବର୍ତ୍ତେ ଖୋର୍ଦ୍ଧାରୋଡ ଷ୍ଟେଶନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ଆରମ୍ଭ କରିବ। ସେହିପରି ୫ଟି ସାପ୍ତାହିକ ବିଶେଷ ଟ୍ରେନ୍ ନିର୍ଦ୍ଦିଷ୍ଟ ଦିନଗୁଡ଼କରେ ପୁରୀ ପରିବର୍ତ୍ତେ ଖୋର୍ଦ୍ଧାରୋଡ୍ ଷ୍ଟେଶନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ଆରମ୍ଭ କରିବ। ଏଗୁଡ଼ିକ ମଧ୍ୟରେ ୫ଟି ଦୈନନ୍ଦିନ ଚଳାଚଳ କରୁଥିବା ଟ୍ରେନ୍ ରହିଥିବାବେଳେ ଦ୍ବି-ସାପ୍ତାହିକ, ତ୍ରି-ସାପ୍ତାହିକ ଓ ସପ୍ତାହରେ ଚାରିଦିନ ଚଳାଚଳ କରୁଥିବା ବିଶେଷ ଟ୍ରେନ୍ ମଧ୍ୟ ଅନ୍ତର୍ଭୁକ୍ତ।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ଜୁଏଲାରି ମାଲିକଙ୍କ ଘରେ ପଶିଲେ ଦୁର୍ବୃତ୍ତ: ୧୦ ରାଉଣ୍ଡ ଗୁଳି ଚାଳନା, ୩ ଗୁରୁତର ୩ ଆହତ
ବାହାନଗା, ୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ଗ୍ରାମର ଜଣେ ଜୁଏଲାରି ମାଲିକଙ୍କ ଘରୁ ଚୋରି ହୋଇଛି। ୬ ଜଣ ଦୁର୍ବୃତ୍ତ ଘର ଭିତରେ...
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୬ ଜୀବନ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...
ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି।...
ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ
ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ...
ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
କୋଭିଡ୍ ପରିଚାଳନାରେ ପ୍ରମୁଖ ଅସ୍ତ୍ର ସିଏମ୍ଏସ୍
ଅନୁଗୋଳ ଅଫିସ, ୧୨ା୬ କରୋନାର ଦ୍ୱିତୀୟ ଲହର ଭୟାନକ ସାବ୍ୟସ୍ତ ହୋଇଛି। ଏଥିରେ ଦ୍ରୁତ ସଂକ୍ରମଣ ସହ ଅଧିକ ମୃତ୍ୟୁ ଦେଖିବାକୁ ମିଳିଛି। କେବଳ ମେ’...
ବଦଳିବ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ରୂପରେଖ
ଅନୁଗୋଳ ଅଫିସ, ୬।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ନବକଳେବର ହେବ। ମଲ୍ଟି ସ୍ପେଶିଆଲିଟି ଢାଞ୍ଚାରେ ଏହାକୁ ନିର୍ମାଣ କରାଯିବ। ନୂଆ କୋଠାରେ ପୃଥକ୍ ବହିର୍ବିଭାଗ (ଓପିଡି),...
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ...


