ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ ରେଳପଥ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କ ସମନ୍ବୟରେ ପୁରୀକୁ କିଛି ଟ୍ରେନ୍ ବାତିଲ କରାଯାଇଛି। ସେଗୁଡ଼ିକ ମଧ୍ୟରୁ ପୁରୀକୁ ଆସୁଥିବା ୨୬ଟି ଦୂରଗାମୀ ଟ୍ରେନ୍ ଖୋର୍ଦ୍ଧାରୋଡ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ଖୋର୍ଦ୍ଧାରୋଡରୁ ଯାତ୍ରା ଆରମ୍ଭ କରିବ। ଉଭୟ ଦିଗରୁ ଖୋର୍ଦ୍ଧାରୋଡ ଏବଂ ପୁରୀ ମଧ୍ୟରେ ଚଳାଚଳ ବାତିଲ ରହିବ। ୨୧ଟି ଦୂରଗାମୀ ବିଶେଷ ଟ୍ରେନ ଜୁଲାଇ ମାସ ତୃତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ପରିବର୍ତ୍ତେ ଖୋର୍ଦ୍ଧାରୋଡ ଷ୍ଟେଶନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ଆରମ୍ଭ କରିବ। ସେହିପରି ୫ଟି ସାପ୍ତାହିକ ବିଶେଷ ଟ୍ରେନ୍ ନିର୍ଦ୍ଦିଷ୍ଟ ଦିନଗୁଡ଼କରେ ପୁରୀ ପରିବର୍ତ୍ତେ ଖୋର୍ଦ୍ଧାରୋଡ୍ ଷ୍ଟେଶନ ପର୍ଯ୍ୟନ୍ତ ଚଳାଚଳ କରିବ ଏବଂ ସେଠାରୁ ଯାତ୍ରା ଆରମ୍ଭ କରିବ। ଏଗୁଡ଼ିକ ମଧ୍ୟରେ ୫ଟି ଦୈନନ୍ଦିନ ଚଳାଚଳ କରୁଥିବା ଟ୍ରେନ୍ ରହିଥିବାବେଳେ ଦ୍ବି-ସାପ୍ତାହିକ, ତ୍ରି-ସାପ୍ତାହିକ ଓ ସପ୍ତାହରେ ଚାରିଦିନ ଚଳାଚଳ କରୁଥିବା ବିଶେଷ ଟ୍ରେନ୍ ମଧ୍ୟ ଅନ୍ତର୍ଭୁକ୍ତ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.