ନବରଙ୍ଗପୁର, କୋରାପୁଟରେ ୩ ଅକ୍ସିଜେନ ପ୍ଲାଣ୍ଟ୍‌

ଭୁବନେଶ୍ୱର(ବ୍ୟୁରୋ)/ନବରଙ୍ଗପୁର/ ଜୟପୁର, ୧ା୬ (ବି.ପ୍ର./ନି.ପ୍ର.): ରାଜ୍ୟର କୋଭିଡ୍‌ ମୁକାବିଲା କ୍ଷେତ୍ରରେ ନବରଙ୍ଗପୁର ଓ କୋରାପୁଟ ଜିଲା ପ୍ରମୁଖ ଭୂମିକା ନେବ। ଏଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୋମବାର ଏହି ଦୁଇ ଜିଲା ଗସ୍ତ କରି କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ନବରଙ୍ଗପୁର ଓ କୋରାପୁଟରେ ୩ ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।
ସେମାନେ ପ୍ରଥମେ ନବରଙ୍ଗପୁର ସର୍କିଟ ହାଉସ୍‌ରେ ପହଞ୍ଚତ୍ବା ପରେ ଜିଲାପାଳ ଅଜିତ କୁମାର ମିଶ୍ର, ଏସ୍‌ପି ପ୍ରହଲ୍ଲାଦ ସହାଇ ମୀନା, ସିଡିଏମ୍‌ଓ ଚୌଧୁରୀ ଶୋଭାରଣୀ ମିଶ୍ର, ଉପଜିଲାପାଳ ଭାସ୍କର ରଇତଙ୍କ ସହ ଜିଲାର କୋଭିଡ୍‌ ସ୍ଥିତି ସମୀକ୍ଷା କରିଥିଲେ। ପରେ ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଜିଲାରେ ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା ସେବାକୁ ନେଇ ରୋଗୀମାନେ ସନ୍ତୁଷ୍ଟ ଅଛନ୍ତି ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ। ଜିଲାକୁ ଯୋଗାଇ ଦିଆଯାଇଥିବା ନୂଆ ଆର୍‌ଟି-ପିସିଆର୍‌ ଟେଷ୍ଟ ମେଶିନ ଚଳିତ ସପ୍ତାହରେ କାର୍ଯ୍ୟକ୍ଷମ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ୪ମାସ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅକ୍ସିଜେନ ପ୍ଲାଣ୍ଟ ଏବଂ ନିର୍ମାଣାଧୀନ ଥିବା ୨୦୦ଶଯ୍ୟା ବିଶିଷ୍ଟ ନୂଆ ହସ୍ପିଟାଲ ଓ୍ବାର୍ଡର ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ନବରଙ୍ଗପୁର ଜିଲାକୁ ୧୦ ହଜାର ଟିକା ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ଏହାପରେ ସେମାନେ କୋରାପୁଟ ଯାଇ ସ୍ଥିତିର ସମୀକ୍ଷା କରିଥିଲେ। ଜୟପୁର ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ବା ପରେ ଜିଲାପାଳ ଅବ୍‌ଦାଲ ଅଖତାର ଏବଂ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ତାଙ୍କୁ ସ୍ବାଗତ କରିଥିଲେ। କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ହେବ। ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରି ୨ରୁ ୩ମାସ ମଧ୍ୟରେ ଶେଷ କରିବା ପାଇଁ ସଚିବ ନିର୍ଦ୍ଦେଶ ଦେବା ସହ ଜୟପୁରସ୍ଥିତ ଏକ ଘରୋଇ ହସ୍ପିଟାଲକୁ କୋଭିଡ୍‌ ହସ୍ପିଟାଲ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ଏଥିସହ କ୍ଷେତ୍ରସ୍ଥଳରେ ପହଞ୍ଚତ୍ ଭିତ୍ତିଭୂମି ତଦାରଖ କରିଥିଲେ। ପରେ କୋଟିଆ ପଞ୍ଚାୟତରେ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ବୈଠକ ହୋଇଥିଲା। ସ୍ଥାନୀୟ ପ୍ରାକୃତିକ, କୃଷି ଓ ମାନବ ସମ୍ବଳ ଆଦିକୁ ଭିତ୍ତିକରି ନୂତନ ଜୀବିକା ନିର୍ବାହ ଓ ରୋଜଗାର ସୃଷ୍ଟି ନିମନ୍ତେ ପ୍ରକଳ୍ପ ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ବିଧାୟକଙ୍କ ପାଣ୍ଠିରୁ ୨ଟି ଲାଇଫ୍‌ ସପୋର୍ଟ ଆମ୍ବୁଲାନ୍ସକୁ ସ୍ବୀକୃତି, ଜୟପୁରରେ ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକା ଦେବା, ବୋରିଗୁମ୍ମା ଓ ଜୟପୁରରେ ଡାକ୍ତର ନିଯୁକ୍ତି, ଜୟପୁର ଏୟାରପୋର୍ଟକୁ ୧୫ଶହ ମିଟର ବୃଦ୍ଧି କରିବାକୁ ବିଧାୟକ ବାହିନୀପତି ଦାବି ଜଣାଇଥିଲେ। ଏଡିଏମ୍‌ ଦେବେନ କୁମାର ପ୍ରଧାନ, ଜୟପୁର ଉପଜିଲାପାଳ ହେମକାନ୍ତ ସାଏ, ସିଡିଏମ୍‌ଓ ମକରନ୍ଦ ବେଉରା ପ୍ରମୁଖ ଉପସ୍ଥିତ ଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.