ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍ସିପିସିଆର୍) ସୋମବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ମୋଟ ୨୬,୧୭୬ ଜଣ ସେମାନଙ୍କ ମା’ ବାପାଙ୍କୁ ହରାଇଥିବାବେଳେ ୩,୬୨୧ ଜଣଙ୍କ କେହି ନାହାନ୍ତି। ସେହିପରି ୨୭୪ ଜଣଙ୍କୁ ପରିତ୍ୟକ୍ତ କରାଯାଇଛି। ୨୦୨୦ ଏପ୍ରିଲ ୧ରୁ ୨୦୨୧ ଜୁନ୍ ୫ ପର୍ଯ୍ୟନ୍ତ ମହାମାରୀ ସମୟରେ କେତେଜଣ ଶିଶୁ ସେମାନଙ୍କ ମା’, ବାପା କିମ୍ବା ଉଭୟଙ୍କୁ କୋଭିଡ୍ ଓ ଅଣକୋଭିଡ୍ ଜନିତ ରୋଗରେ ହରାଇଛନ୍ତି ସେ ନେଇ ରାଜ୍ୟଗୁଡ଼ିକ ‘ବାଲ୍ ସ୍ବରାଜ’ ପୋର୍ଟାଲରେ ତଥ୍ୟ ଅପ୍ଲୋଡ୍ କରିଥିଲେ। ମହାରାଷ୍ଟ୍ରରେ ସର୍ବାଧିକ ୭,୦୮୪ ଜଣ ଅନାଥ, ପରିତ୍ୟକ୍ତ ତଥା ମା’ ବାପାଙ୍କୁ ହରାଇଥିବା କମିଶନ କହିଛନ୍ତି। ଏହାପରେ ଉତ୍ତରପ୍ରଦେଶରେ ୩,୧୭୨, ରାଜସ୍ଥାନରେ ୨,୪୮୨, ହରିୟାଣାରେ ୨,୪୩୮, ମଧ୍ୟପ୍ରଦେଶରେ ୨,୨୪୩, ଆନ୍ଧ୍ରପ୍ରଦେଶରେ ୨,୦୮୯, କେରଳରେ ୨,୦୦୨, ବିହାରରେ ୧,୬୩୪ ଏବଂ ଓଡ଼ିଶାରେ ୧,୦୭୩ ଜଣ ଏପରି ଶିଶୁ ରହିଛନ୍ତି। ସେମାନଙ୍କ ମଧ୍ୟରେ ୧୫,୬୨୦ ଜଣ ପୁଅ, ୧୪,୪୪୭ ଜଣ ଝିଅ ଏବଂ ୪ ଜଣ ଟ୍ରାନ୍ସଜେଣ୍ଡର ଅଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...
ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ
ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍ ଫଙ୍ଗସ୍...
ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...
ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ...
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍
କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍ର ଜବାବ ରଖିଛନ୍ତି।...
କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର
ମୁମ୍ବାଇ,୩।୬: କରୋନା ଭାଇରସ୍ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା...
ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି
ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ...
୮୦ କୋଟି ଲୋକଙ୍କୁ ମାଗଣା ରାଶନ
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ମାଗଣା ଟିକା ସହ ରାଶନ ଦେବାକୁ ଘୋଷଣା କରିଛନ୍ତି। ନଭେମ୍ବର ପର୍ଯ୍ୟନ୍ତ ଦେଶର ୮୦...


