ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଏଥିସହ ଅନ୍ୟଜଣଙ୍କୁ ହେପାଜତକୁ ନେଇ ପଚରାଉଚରା କରୁଛି ମୁମ୍ବାଇ ପୋଲିସ। ସୂଚନା ମୁତାବକ ଗିରଫ ହୋଇଥିବା ୪ଜଣଙ୍କ ଅଭିଯୁକ୍ତ ଭିତରୁ ଜଣେ ନକଲି ର଼୍ୟାକେଟ ଚଲାଉଥିବା ବେଳେ ଅନ୍ୟଜଣକ ବଡ଼ ବଡ଼ ସୋସାଇଟିରେ ଟିକାକରଣ ଶିବିର ଆୟୋଜନ କରୁଥିଲେ। ସେହିପରି ଆଉ ୨ଜଣ ଅଭିଯୁକ୍ତ ଲୋକଙ୍କର ନକଲି ପରିଚୟ ପତ୍ର ତିଆରି କରୁଥିବା ଜଣାପଡ଼ିଛି। ସେହିପରି ଆଉ ଜଣେ ଅଭିଯୁକ୍ତଙ୍କୁ ମଧ୍ୟପ୍ରଦେଶରୁ ଗିରଫ କରାଯାଇଛି ଯିଏ ଟିକା ଆଣିବା କାର୍ଯ୍ୟ କରୁଥିେଲେ। ଏହି ଘଟଣାର ତଦନ୍ତ ଜାରି ରହିଛି। ତେବେ ଅଭିଯୁକ୍ତଙ୍କ ଦ୍ୱାରା ଦିଆଯାଇଥିବା ଟିକା ପ୍ରକୃତ କି ନୁହେଁ ସେନେଇ ତଦନ୍ତ କରାଯାଉଛି ବୋଲି ମୁମ୍ବାଇ ଏସିପି ଦିଲ୍ଲୀପ ସାଓ୍ବନ୍ତ କହିଛନ୍ତି। ସୂଚନାଯୋଗ୍ୟ, ମେ’୩୦ରେ ହିରାନନ୍ଦାନୀ ସୋସାଇଟିରେ ମିଛ ଟିକାକରଣ ଅଭିଯାନ କରାଯାଇଥିବା ଅଭିଯୋଗ ହୋଇଥିଲା। ଟିକା ନେବା ପରେ ବି କାହାଠାରେ କିଛି ଲକ୍ଷଣ ପ୍ରକାଶ ପାଇ ନ ଥିଲା। ପ୍ରତି ଲୋକଙ୍କଠାରୁ କୋଭିଶିଲ୍ଡ ଟିକାର ଡୋଜ୍ ପାଇଁ ୧୨୬୦ଟଙ୍କା ନିଆଯାଇଥିବା ବେଳେ କିଛି ଲୋକଙ୍କୁ ଭିନ୍ନ ଭିନ୍ନ ତାରିଖର ସାର୍ଟିଫିକେଟ ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.