୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୬।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି ବେଆଇନ୍‌ ଚିଙ୍ଗୁଡ଼ି ଘେରିକୁ ଶନିବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଉପଜିଲାପାଳ ଅଶୋକ କୁମାର ବେହୁରିଆଙ୍କ ତତ୍ତ୍ୱାବଧାନରେ ଚିଲିକା ତହସିଲଦାର ପୁନମ୍‌ ମହାପାତ୍ର, ବାଲୁଗଁା ଏସ୍‌ଡିିପିଓ ମାନସ ରଞ୍ଜନ ବାରିକ, ଟାଙ୍ଗୀ ଥାନାଧିକାରୀ ବିଜୟ କୁମାର ମଲ୍ଲିକ, ସିଡିଏ ଏବଂ ମତ୍ସ୍ୟ ବିଭାଗ କର୍ତ୍ତୃପକ୍ଷ ପ୍ରମୁଖ ଉପସ୍ଥିତିରେ ହାଟବରଡ଼ିଠାରୁ ନିମନା ପର୍ଯ୍ୟନ୍ତ ଘେରି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହି ଉଚ୍ଛେଦରେ ୩ଟି ବୋଟ୍‌ ସମେତ ୨୫ରୁ ଊର୍ଦ୍ଧ୍ୱ ଶ୍ରମିକ ସାମିଲ ହୋଇଥିଲେ। ଘେରିରୁ ଜବତ ଜାଲ ଓ ବାଉଁଶଗୁଡ଼ିକ ଓଦା ଥିବାରୁ ଶୁଖାଯାଇ ଦିନେ ଦୁଇଦିନ ମଧ୍ୟରେ ପୋଡ଼ି ଦିଆଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଶାନ୍ତିଶୃଙ୍ଖଳା ପାଇଁ ୨ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ତେବେ ଏହି ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ ବୋଲି ତହସିଲଦାର ମହାପାତ୍ର କହିଛନ୍ତି । ସୂଚନାଥାଉ କି, ସମଗ୍ର ଚିଲିକା ଉପକୂଳବର୍ତ୍ତୀ ଅଞ୍ଚଳରେ ବେଆଇନ ଭାବେ ଚିଙ୍ଗୁଡ଼ି ଘେରି ମୁଣ୍ଡ ଟେକିଛି। ଫଳରେ ମତ୍ସ୍ୟଜୀବୀ ଚିଲିକା ମଧ୍ୟକୁ ପ୍ରବେଶ କରିବାରେ ବାଧା ଉପୁଜିବା ସହ ମାଛ ମାରି ନ ପାରି ନିଜର କୁଳବେଉସା ହରାଉଛନ୍ତି। ଏହାର ସ୍ଥାୟୀ ନିରାକରଣ ପାଇଁ ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଅଭିଯୋଗ ହୋଇଆସୁଅଛି। ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ପୁନର୍ବାର ଉକ୍ତ ସ୍ଥାନରେ ଘେରି ମୁଣ୍ଡ ଟେକୁଛି। ଚିଲିକାକୁ ସମ୍ପୂର୍ଣ୍ଣ ଘେରି ମୁକ୍ତ କରିବା ପାଇଁ ବିଭିନ୍ନ ମତ୍ସ୍ୟଜୀବୀ ସଙ୍ଗଠନ ପକ୍ଷରୁ ଉଚ୍ଚ ନ୍ୟାୟାଳୟରେ ମାମଲା ଆଗତ ହୋଇଥିଲା। ଚିଲିକାକୁ ସମ୍ପୂର୍ଣ୍ଣ ଘେରି ମୁକ୍ତ କରିବା ପାଇଁ ଉଚ୍ଚ ନ୍ୟାୟାଳୟ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଜିଲାପାଳ ସନତ କୁମାର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ପର୍ଯ୍ୟାୟକ୍ରମେ ଚିଲିକାରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଜାରି ରହିଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.