ଜୟପୁର,୬।୬: ପାଣି ଚୋରି ରୋକିବା ପାଇଁ ରାଜସ୍ଥାନର ହନୁମାନଗଡ଼ ଜିଲାରେ ପ୍ରଥମ ପୋଲିସ ଥାନା ପ୍ରତିଷ୍ଠା କରାଯିବ। ସ୍ଥାନୀୟ ଇନ୍ଦିରା ଗାନ୍ଧୀ କେନାଲରୁ ବାରମ୍ବାର ପାଣି ଚୋରି ଅଭିଯୋଗ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ପହରା ବ୍ୟବସ୍ଥା କରାଯାଇଛି। ପାଣି ଚୋରି ରୋକିବା ଲାଗି ୬୦ ଯବାନଙ୍କୁ ନିୟୋଜିତ କରାଯିବ। କେନାଲ ଅଞ୍ଚଳରେ ୧୨ଟି ନୂଆ ଥାନା ସ୍ଥାପନ କରାଯିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି। ଏନେଇ ମଞ୍ଜୁରୀ ମଧ୍ୟ ମିଳି ସାରିଛି। ବିକାନେର ରେଞ୍ଜ୍ରେ ସ୍ଥାପନ ହେବାକୁଥିବା ଥାନାରେ ଜଣେ ଇନସ୍ପେକ୍ଟର, ୫ ଜଣ ସବ୍ ଇନସ୍ପେକ୍ଟର, ୬ ଏଏସ୍ଆଇ, ୮ ହେଡ କନଷ୍ଟେବଳ, ୪୦ କନଷ୍ଟେବଳ କାର୍ଯ୍ୟ କରିବେ। ଗତ ୪ ବର୍ଷ ମଧ୍ୟରେ ହନୁମାନଗଡ଼ ଜିଲାରେ ୭୪ଟି ପାଣି ଚୋରି ମାମଲା ରୁଜୁ ହୋଇଛି। ସେଥିମଧ୍ୟରୁ ସର୍ବାଧିକ ୨୮ଟି ଭିରାନି ପୋଲିସ ଥାନା ଅଞ୍ଚଳରେ ଘଟିଛି।
ଜେଲ୍ରେ ଥାଇ ପ୍ରୋଟିନ ଶେକ୍ ଦାବି କରୁଛନ୍ତି
ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍ ପାଇଁ ଦାବି କରୁଛନ୍ତି। କେବଳ ଏତିକି...
ଦୈନିକ ସଂକ୍ରମଣ ୫୦ ହଜାର ତଳେ…
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ
ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ...
କୋଭିଶିଲ୍ଡ ଟିକା ବ୍ୟବଧାନ ହ୍ରାସ: ଜାଣନ୍ତୁ କାହାକୁ ଦିଆଯିବ ପ୍ରାଥମିକତା
ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କୋଭିଶିଲ୍ଡର ପ୍ରଥମ ଏବଂ ଦ୍ୱିତୀୟ ଡୋଜ ମଧ୍ୟରେ ବ୍ୟବଧାନକୁ ପୁଣି ଥରେ ହ୍ରାସ କରିଛି। ଏହା...
୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ...
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍ଡୋଜର…
ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...
କୋଭିଡ୍ ଅନାଥଙ୍କ ପାଇଁ ଯୋଜନା କ’ଣ
ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ...
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...


