ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସମ୍ପତ୍ତି ରହିଛି। ୧୫୦ ଗ୍ରାମ ଜଳମଗ୍ନ ହୋଇଥିବା ବେଳେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ଭିଡିଓ କନ୍ଫରେନ୍ସ ଜରିଆରେ ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ସମୀକ୍ଷା କରିଥିବାବେଳେ ସ୍ବତନ୍ତ୍ର ରିଲିଫ୍ କମିଶନର (ଏସ୍ଆରସି) ପ୍ରଦୀପ କୁମାର ଜେନା ଏହି ତଥ୍ୟ ଉପସ୍ଥାପନା କରିଛନ୍ତି।
ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଏବଂ ଜିଲା ପ୍ରଶାସନର ଉଦ୍ୟମରେ ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍ ସମୟ ମଧ୍ୟରେ ହୋଇପାରିଛି। ଏହି ସମସ୍ତ କାର୍ଯ୍ୟର ଡକ୍ୟୁମେଣ୍ଟେଶନ କରିବାର ଆବଶ୍ୟକତା ରହିଛି। ବାତ୍ୟା ଲ୍ୟାଣ୍ଡଫଲ୍ ପୂର୍ବର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପୁନରୁଦ୍ଧାର କାର୍ଯ୍ୟର ଡକ୍ୟୁମେଣ୍ଟେଶନ କରାଗଲେ, ଏହା ଆଗାମୀ ଦିନରେ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ବାତ୍ୟାରେ ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି। ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ ଡିଜି ସେଟ୍, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ନିୟୋଜିତ ହୋଇଥିଲା।
ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ସୂଚନା ଦେଇ ଏସ୍ଆର୍ସି କହିଛନ୍ତି, ସମୁଦ୍ର ଉପକୂଳବର୍ତ୍ତୀ ଜିଲାର ଜମିରେ ଲୁଣିପାଣି ମାଡ଼ିଯିବାରୁ ଖରିଫ ଫସଲରେ ବାଧା ସୃଷ୍ଟି ହେବା ଆଶଙ୍କା ଦେଖାଦେଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକଙ୍କୁ ଏହାର ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ କରି ପରାମର୍ଶ ଦେବାକୁ କୁହାଯାଇଛି। ବୈଜ୍ଞାନିକମାନେ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି। ଖୁବ୍ଶୀଘ୍ର ଏହାର ରିପୋର୍ଟ ଆସିବ। ରିଲିଫ୍ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ଏସ୍ଆର୍ସି ସୂଚନା ଦେଇଛନ୍ତି।
ଶକ୍ତି ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାତ୍ୟାରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ। ୯୯.୮% ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି। ୨୩୦ ନୂଆ ଟ୍ରାନ୍ସଫର୍ମର ଲଗାଯାଇଛି। ବାତ୍ୟାରେ ବିଭାଗର ୧୫୦ କୋଟି ଟଙ୍କା କ୍ଷୟକ୍ଷତି ହୋଇଛି। ବାତ୍ୟା ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ନିୟୋଜିତ ହୋଇଥିଲା। ମେ’ ୩୧ ସୁଦ୍ଧା ସମସ୍ତ ନଳକୂପ, ପାନୀୟ ଜଳ ଉତ୍ସକୁ ବିଶୋଧନ କରାଯାଇଛି। ପ୍ରାଥମିକ ବିଦ୍ୟାଳୟ, ଅଙ୍ଗନଓ୍ବାଡି କେନ୍ଦ୍ର, ପଞ୍ଚାୟତ ରାସ୍ତାର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାତ୍ୟା ଯୋଗୁ ୮ ସହରାଞ୍ଚଳର ୫୮ଟି ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ କ୍ଷତିଗ୍ରସ୍ତ ହୋଇଥିଲା। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ଅନ୍ୟ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା। ବାତ୍ୟାରେ ଜଳସମ୍ପଦ ବିଭାଗର ୧୦୮ କୋଟି, ପୂର୍ତ୍ତ ବିଭାଗର ୭୫ କୋଟି ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ୬୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ୨୪୬ କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଥିବା ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଏବଂ କେନ୍ଦ୍ରାପଡ଼ା ଜିଲାର ଜିଲାପାଳମାନେ ଆଲୋଚନାରେ ଭାଗନେଇ ବର୍ତ୍ତମାନର ଆବଶ୍ୟକତା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ।
ନଷ୍ଟ ହେଉଛି ୫.୪୪ କୋଟିର ଟସର
ବାରିପଦା ଅଫିସ, ୨୨।୬-ମହାମାରୀ କରୋନା ଯୋଗୁ କିଣା ବିକା ହୋଇ ନ ପାରି ମୟୂରଭଞ୍ଜ ଜିଲାର ୨୧ ୟୁନିଟରେ ୫କୋଟି ୪୪ଲକ୍ଷ ଟଙ୍କାର ଟସର ପଡ଼ିରହିଛି...
ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା
ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...
ନବରଙ୍ଗପୁର, କୋରାପୁଟରେ ୩ ଅକ୍ସିଜେନ ପ୍ଲାଣ୍ଟ୍
ଭୁବନେଶ୍ୱର(ବ୍ୟୁରୋ)/ନବରଙ୍ଗପୁର/ ଜୟପୁର, ୧ା୬ (ବି.ପ୍ର./ନି.ପ୍ର.): ରାଜ୍ୟର କୋଭିଡ୍ ମୁକାବିଲା କ୍ଷେତ୍ରରେ ନବରଙ୍ଗପୁର ଓ କୋରାପୁଟ ଜିଲା ପ୍ରମୁଖ ଭୂମିକା ନେବ। ଏଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ...
ଆଇୟୁସିଏନ୍ ପୋର୍ଟାଲ୍ରେ ‘ପୃଥିବୀ ମନ୍ଥନ’
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍ର ପୋର୍ଟାଲ୍ରେ ଅରୋମିରା ଏଣ୍ଟରଟେନ୍ମେଣ୍ଟର ଭାଇରାଲ୍ ମ୍ୟୁଜିକ୍ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା...
ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା
ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...
ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍ ଇକୋ ପକ୍ଷରୁ ଅନ୍ଲାଇନ୍ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି...
ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା
ପୁରୀ ଅଫିସ, ୮।୬: ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା...
କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର
ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି...


