ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସମ୍ପତ୍ତି ରହିଛି। ୧୫୦ ଗ୍ରାମ ଜଳମଗ୍ନ ହୋଇଥିବା ବେଳେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ଭିଡିଓ କନ୍ଫରେନ୍ସ ଜରିଆରେ ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ସମୀକ୍ଷା କରିଥିବାବେଳେ ସ୍ବତନ୍ତ୍ର ରିଲିଫ୍ କମିଶନର (ଏସ୍ଆରସି) ପ୍ରଦୀପ କୁମାର ଜେନା ଏହି ତଥ୍ୟ ଉପସ୍ଥାପନା କରିଛନ୍ତି।
ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଏବଂ ଜିଲା ପ୍ରଶାସନର ଉଦ୍ୟମରେ ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍ ସମୟ ମଧ୍ୟରେ ହୋଇପାରିଛି। ଏହି ସମସ୍ତ କାର୍ଯ୍ୟର ଡକ୍ୟୁମେଣ୍ଟେଶନ କରିବାର ଆବଶ୍ୟକତା ରହିଛି। ବାତ୍ୟା ଲ୍ୟାଣ୍ଡଫଲ୍ ପୂର୍ବର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପୁନରୁଦ୍ଧାର କାର୍ଯ୍ୟର ଡକ୍ୟୁମେଣ୍ଟେଶନ କରାଗଲେ, ଏହା ଆଗାମୀ ଦିନରେ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ବାତ୍ୟାରେ ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି। ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ ଡିଜି ସେଟ୍, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ନିୟୋଜିତ ହୋଇଥିଲା।
ବାତ୍ୟାର କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ସୂଚନା ଦେଇ ଏସ୍ଆର୍ସି କହିଛନ୍ତି, ସମୁଦ୍ର ଉପକୂଳବର୍ତ୍ତୀ ଜିଲାର ଜମିରେ ଲୁଣିପାଣି ମାଡ଼ିଯିବାରୁ ଖରିଫ ଫସଲରେ ବାଧା ସୃଷ୍ଟି ହେବା ଆଶଙ୍କା ଦେଖାଦେଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକଙ୍କୁ ଏହାର ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ କରି ପରାମର୍ଶ ଦେବାକୁ କୁହାଯାଇଛି। ବୈଜ୍ଞାନିକମାନେ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି। ଖୁବ୍ଶୀଘ୍ର ଏହାର ରିପୋର୍ଟ ଆସିବ। ରିଲିଫ୍ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ଏସ୍ଆର୍ସି ସୂଚନା ଦେଇଛନ୍ତି।
ଶକ୍ତି ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାତ୍ୟାରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ। ୯୯.୮% ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି। ୨୩୦ ନୂଆ ଟ୍ରାନ୍ସଫର୍ମର ଲଗାଯାଇଛି। ବାତ୍ୟାରେ ବିଭାଗର ୧୫୦ କୋଟି ଟଙ୍କା କ୍ଷୟକ୍ଷତି ହୋଇଛି। ବାତ୍ୟା ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ନିୟୋଜିତ ହୋଇଥିଲା। ମେ’ ୩୧ ସୁଦ୍ଧା ସମସ୍ତ ନଳକୂପ, ପାନୀୟ ଜଳ ଉତ୍ସକୁ ବିଶୋଧନ କରାଯାଇଛି। ପ୍ରାଥମିକ ବିଦ୍ୟାଳୟ, ଅଙ୍ଗନଓ୍ବାଡି କେନ୍ଦ୍ର, ପଞ୍ଚାୟତ ରାସ୍ତାର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାତ୍ୟା ଯୋଗୁ ୮ ସହରାଞ୍ଚଳର ୫୮ଟି ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ କ୍ଷତିଗ୍ରସ୍ତ ହୋଇଥିଲା। ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ଅନ୍ୟ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା। ବାତ୍ୟାରେ ଜଳସମ୍ପଦ ବିଭାଗର ୧୦୮ କୋଟି, ପୂର୍ତ୍ତ ବିଭାଗର ୭୫ କୋଟି ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ୬୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ୨୪୬ କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଥିବା ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଏବଂ କେନ୍ଦ୍ରାପଡ଼ା ଜିଲାର ଜିଲାପାଳମାନେ ଆଲୋଚନାରେ ଭାଗନେଇ ବର୍ତ୍ତମାନର ଆବଶ୍ୟକତା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.