ଗୋଣ୍ଡା, ୨।୬: ଉତ୍ତର ପ୍ରଦେଶର ଗୋଣ୍ଡା ଜିଲାରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଅଘଟଣରେ ୭ ଜଣ ଆହତ ହୋଇଥିବାବେଳେ ୨ କୋଠା ଘର ଭୁଷୁଡ଼ି ପଡ଼ିଛି। ଭଙ୍ଗାକୋଠା ତଳେ ଜଣେ ବ୍ୟକ୍ତି ଫଶିଥିବା ସନ୍ଦେହ କରାଯାଇ ଉଦ୍ଧାର କାର୍ଯ୍ୟ ଜାରିଥିବା ପୋଲିସ ଅଧିକାରୀ କହିଛନ୍ତି।
ଗୋଣ୍ଡା ଜିଲାର ତିକ୍ରି ଗାଁର ଏକ ଘରେ ଗତ ରାତିରେ ରୋଷେଇ ଚାଲୁଥିବାବେଳେ କୌଣସି କାରଣରୁ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟିଥିଲା। ଏଥିଯୋଗୁ ଭୁଷୁଡ଼ି ପଡ଼ିଥିଲା ଦୁଇ କୋଠାଘର। ଆଉ ଏହା ତଳେ ଚାପି ହୋଇଯାଇଥିଲେ ଦୁଇ ପରିବାରର ୧୫ ଜଣ ସଦସ୍ୟ।
ଖବର ପାଇବା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଭଙ୍ଗା କୋଠାତଳୁ ୧୪ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କୁ ମୃତ ଘୋଷଣା କରାଯାଇଥିବାବେଳେ ଅନ୍ୟମାନେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ବୋଲି ଏସ୍ପି ସନ୍ତୋଷ କୁମାର ମିଶ୍ର କହିଛନ୍ତି ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.