ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୯୨୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୦୮୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୬୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୭୧ ଏବଂ ଯାଜପୁରରୁ ୪୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ଅନୁଗୋଳରୁ ୩୮୮, ବାଲେଶ୍ୱର ୩୩୧, ବରଗଡ଼ ୧୧୭, ଭଦ୍ରକ ୨୬୭, ବଲାଙ୍ଗୀର ୮୯, ବୌଦ୍ଧ ୧୩୪, ଦେବଗଡ଼ ୬୪, ଢେଙ୍କାନାଳ ୧୦୬, ଗଜପତି ୪୮, ଗଞ୍ଜାମ ୭୪, ଜଗତସିଂହପୁର ୨୩୨, ଝାରସୁଗୁଡ଼ା ୯୭, କଳାହାଣ୍ଡି ୧୦୩, କନ୍ଧମାଳ ୩, କେନ୍ଦ୍ରାପଡ଼ା ୧୮୮, କେନ୍ଦୁଝର ୧୪୮, କୋରାପୁଟ ୧୫୮, ମାଲକାନଗିରି ୯୫, ମୟୂରଭଞ୍ଜ ୩୭୦, ନବରଙ୍ଗପୁର ୧୯୮, ନୟାଗଡ଼ ୧୯୬, ନୂଆପଡ଼ା ୨୮, ପୁରୀ ୩୦୬, ରାୟଗଡ଼ା ୨୨୨, ସମ୍ବଲପୁରରୁ ୧୦୭, ସୋନପୁର ୫୯ ଏବଂ ସୁନ୍ଦରଗଡ଼ରୁ ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ ସଂଖ୍ୟା ରହିଛି ୨୦୭।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ବେଳେ ୭,୩୨,୦୧୮ଜଣ ସୁସ୍ଥ ହୋଇଛନ୍ତି। ୭୮,୦୩୧ ଜଣ ଚିକିିତ୍ସିତ ହେଉଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.