୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ

ଝରିଗାଁ, ୧୧।୬: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡିଗୁଡା ପଞ୍ଚାୟତ ଅଧୀନ ରାଣୀଚଚରା ଗ୍ରାମକୁ ପଶି ଆସିଥିଲା ଶୁକ୍ରବାର ଏକ ଭାଲୁ। ଗ୍ରାମବାସୀ ଭାଲୁକୁ ଦେଖି ପାଟି କରିଥିଲେ। ଫଳରେ ଭାଲୁଟି ଗାଁର ଯୋଗେନ୍ଦ୍ର ସାନ୍ତା ଓ ଲକ୍ଷ୍ମଣ ସାନ୍ତାଙ୍କ ଘର ସନ୍ଧିରେ ପଶି ଯାଇଥିଲା। ପରେ ଗ୍ରାମବାସୀ ସାହସ କରି ସନ୍ଧିଟିକୁ ଏକ ଖଟିଆରେ ଅବରୋଧ କରିଥିଲେ। ଭାଲୁଟି ଫୁପୁଗାଁ ଜଙ୍ଗଲରୁ ପଳାଇ ଆସିଥିବା ଗ୍ରାମବାସୀ ଅନୁମାନ କରି ବନବିଭାଗକୁ ଖବର ଦେଇଥିଲେ। ଖବରପାଇ ମେଦନା ଫେରେଷ୍ଟର ଗୋବିନ୍ଦ ନାୟକ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ। ବନକର୍ମଚାରୀଙ୍କ ସହ ଏକ ସ୍ବତନ୍ତ୍ର ଟିମ୍‌ ଦୀର୍ଘ ୮ଘଣ୍ଟା ପରିଶ୍ରମ ପରେ ଭାଲୁଟିକୁ ଉଦ୍ଧାର କରିଥିଲେ। ଭାଲୁଟିର ବୟସ ପ୍ରାୟ ୫ ହେବ। ଶନିବାର ଭାଲୁର ସ୍ବାସ୍ଥ୍ୟ ପରୀକ୍ଷା ପରେ ତାକୁ ଜଙ୍ଗଲକୁ ଛାଡଯିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.