ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ଭାରତ ମେ’ ମାସରେ ପୃଥିବୀରେ ରେକର୍ଡ କରିଛି। ଗୋଟିଏ ମାସରେ ଦେଶରେ ୧ ଳକ୍ଷ ୨୦ ହଜାରରୁ ଅଧିକ କରୋନା ଆକ୍ରନ୍ତଙ୍କ ମୃତ୍ୟୁ ଘଟିଛି। ରାଜଧାନୀ ଦିଲ୍ଲୀରେ ମେ’ ମାସରେ ୯୩୦୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପ୍ରତିଦିନ ରାଜଧାନୀର ବିଭିନ୍ନ ଶ୍ମଶାନ ଏବଂ କବରସ୍ତାନରେ ୩୦୦ କରୋନା ମୃତକଙ୍କ ଅନ୍ତିମ ସଂସ୍କାର ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦେଶର ବିଭିନ୍ନ ଶ୍ମଶାନ ଏବଂ କବରସ୍ତାନରେ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ସୃଷ୍ଟି ହୋଇଥିଲା। ବର୍ତ୍ତମାନ ସୁଦ୍ଧା ସେଭଳି ସ୍ଥିତି ଜାରି ରହିଛି। ଦେଶର କରୋନା ମହାମାରୀ ସ୍ଥିତି ସମ୍ପର୍କରେ ଶ୍ମଶାନ ଏବଂ କବରସ୍ତାନରୁ ସୂଚନା ମିଳୁଛି। କେତେକ ସ୍ଥଳେ ସରକାରୀ ରିପୋର୍ଟ ସହିତ ଶ୍ମଶାନ ଏବଂ କବରସ୍ତାନ ରିପୋର୍ଟ ମେଳ ମଧ୍ୟ ଖାଉ ନ ଥିବା ଅଭିଯୋଗ ହୋଇଛି। ଏପ୍ରିଲ୍‌ ମାସରେ ଦେଶରେ କରୋନାରେ ଆକ୍ରାନ୍ତ ହୋଇ ୪୮ ହଜାର ୭୬୮ ଜଣଙ୍କ ମୃତ୍ୟୁ ଘଟିଥିଲା।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.