ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟର ୩ ଜିଲା ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତିରେ ମଙ୍ଗଳବାରଠାରୁ ନୂଆ ଗାଡ଼ି ପଞ୍ଜୀକରଣ ଆରମ୍ଭ ହେବ। ଏସବୁ ଜିଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗାଡ଼ି ଶୋ’ରୁମ୍ ଖୋଲିବା ସହ ଗାଡ଼ି ପଞ୍ଜୀକରଣ ନିମନ୍ତେ ଅନୁମତି ଦିଆଯାଇଛି। ଏନେଇ ସୋମବାର ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଟୁଇଟ୍ କରାଯାଇଛି। ଉକ୍ତ ୩ ଜିଲାରେ ସଂକ୍ରମଣ ହ୍ରାସକୁ ଦେଖି ରାଜ୍ୟ ସରକାର କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସୋମବାରରୁ ଶୁକ୍ରବାର ଦିନ ୭ଟାରୁ ୧ଟା ଯାଏ ମଲ୍ ଓ ସେଲୁନ୍ ବ୍ୟତୀତ ଅନ୍ୟ ଦୋକାନ ଖୋଲା ଯାଇପାରିବ ବୋଲି ରବିବାର ମୁଖ୍ୟ ଶାସନ ସଚିବ ଘୋଷଣା କରିଛନ୍ତି। ତେବେ ଗାଡ଼ି ଶୋ’ରୁମ୍ ଖୋଲାଯିବା ନେଇ ଅନୁମତି ମିଳିବା ପରେ ପରିବହନ ବିଭାଗ ପକ୍ଷରୁ ବିକ୍ରି ସହ ପଞ୍ଜୀକରଣ ଅନୁମତି ପ୍ରଦାନ କରାଯାଇଛି। ଅନ୍ୟ ଜିଲାଗୁଡ଼ିକରେ କଟକଣା ରହିଥିବାରୁ ଗାଡ଼ି ଶୋ’ରୁମ୍ ବନ୍ଦ ରହିଥିବାବେଳେ ବିକ୍ରି ଓ ପଞ୍ଜୀକରଣ ହୋଇପାରୁନି।
ତାରାପ୍ରସାଦ ବାହିନୀପତି ଅସୁସ୍ଥ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ...
ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ
ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ...
ନଷ୍ଟ ହେଉଛି ୫.୪୪ କୋଟିର ଟସର
ବାରିପଦା ଅଫିସ, ୨୨।୬-ମହାମାରୀ କରୋନା ଯୋଗୁ କିଣା ବିକା ହୋଇ ନ ପାରି ମୟୂରଭଞ୍ଜ ଜିଲାର ୨୧ ୟୁନିଟରେ ୫କୋଟି ୪୪ଲକ୍ଷ ଟଙ୍କାର ଟସର ପଡ଼ିରହିଛି...
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ...
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ
ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ...
ପୁଅର ମୃତଦେହ ଛୁଇଁଲେନି ବାପା
ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ...
ଏଥର ସ୍ବାଭାବିକ ମୌସୁମୀ
ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି...
ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ
ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...


