ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍ ରହିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ସୋମବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୨ ହଜାର ୭୩୪ ଥିବାବେଳେ କରୋନା ମୃତକଙ୍କ ସଂଖ୍ୟା ୩,୧୨୮ ଥିଲା। ମଙ୍ଗଳବାର ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ପୁଣି କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୧୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୭୯୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨ ଲକ୍ଷ ୫୫ ହଜାର ୨୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୮ ଲକ୍ଷ ୯୫ ହଜାର ୫୨୦ଜଣ ଚିକିତ୍ସିତ ହେଉଛନ୍ତି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ବର୍ତ୍ତମାନ ସୁଦ୍ଧା ୨୧ କୋଟି ୬୦ ଲକ୍ଷ ୪୬ ହଜାର ୬୩୮ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୪ କୋଟି ୬୭ ଲକ୍ଷ ୯୨ ହଜାର ୨୫୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
ରାଜ୍ୟର ପ୍ରଥମ ମୁସଲିମ୍ ମହିଳା ଡିଏସ୍ପି
ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍ସି)ର ୬୪ତମ କମ୍ପିଟେଟିଭ୍ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ...
ଭାଜପାକୁ ଝଟ୍କା: ଟିଏମ୍ସିକୁ ଫେରିପାରନ୍ତି ମୁକୁଲ ରାୟ
କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ...
ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...
ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍ସି
ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...
୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି
ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି।...
ଅପଚୟ କଲେ କମ୍ ମିଳିବ
ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୁଡ଼ିକୁ ସାବାଳକଙ୍କ ପାଇଁ ମାଗଣାରେ ଟିକା ଦିଆଯିବ ବୋଲି ଘୋଷଣା କରିବାର ଦିନକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ...
ବଲିଉଡ୍ ଅଭିନେତାଙ୍କ ଘରୁ ଚୋରି
ମୁମ୍ବାଇ, ୧।୬: ବଲିଉଡ୍ ଷ୍ଟାର ସଲମାନ ଖାନଙ୍କ ସହ ବିବାଦ ପାଇଁ ଏବେ ଚର୍ଚ୍ଚାରେ ଥିବା କେଆର୍କେ ଭାବେ ଜଣାଶୁଣା କମଲ ରଶିଦ ଖାନଙ୍କ ଘରୁ...
ଭିଡ଼ କଲେ, ବୋହିନେଲେ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ...


