ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍ ରହିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ସୋମବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୨ ହଜାର ୭୩୪ ଥିବାବେଳେ କରୋନା ମୃତକଙ୍କ ସଂଖ୍ୟା ୩,୧୨୮ ଥିଲା। ମଙ୍ଗଳବାର ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ପୁଣି କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୧୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୭୯୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨ ଲକ୍ଷ ୫୫ ହଜାର ୨୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୮ ଲକ୍ଷ ୯୫ ହଜାର ୫୨୦ଜଣ ଚିକିତ୍ସିତ ହେଉଛନ୍ତି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ବର୍ତ୍ତମାନ ସୁଦ୍ଧା ୨୧ କୋଟି ୬୦ ଲକ୍ଷ ୪୬ ହଜାର ୬୩୮ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୪ କୋଟି ୬୭ ଲକ୍ଷ ୯୨ ହଜାର ୨୫୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
ସୋସିଆଲ ମିଡିଆକୁ ଟାର୍ଗେଟ
ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍ ବର୍ଡର୍ସ (ଆର୍ଏସ୍ଏଫ୍) ମତରେ ବିଶ୍ୱ ପ୍ରେସ୍ ଫ୍ରିଡମ୍ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨।...
ଗୋଇନ୍ଦା, ସୁରକ୍ଷା ଅଧିକାରୀଙ୍କ ଉପରେ ଅଙ୍କୁଶ
ନୂଆଦିଲ୍ଲୀ, ୩।୬(ଆଇଏଏନ୍ଏସ୍): ଦେଶର ଗୋଇନ୍ଦା କିମ୍ବା ସୁରକ୍ଷା ବିଭାଗରେ କାର୍ଯ୍ୟରତ ଅଧିକାରୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କର ପ୍ରାକ୍ ମଞ୍ଜୁରୀ ବିନା କୌଣସି ବିଷୟ ପ୍ରକାଶ କରିପାରିବେ ନାହିଁ।...
ମେଘାଙ୍କୁ ପୁଲିଜର
ନୂଆଦିଲ୍ଲୀ, ୧୩।୬: ଚାଇନା ସରକାର ଉଇଗର ମୁସଲମାନମାନଙ୍କୁ ଗଣ ଅଟକ ରଖିବା ଘଟଣାର ରହସ୍ୟ ଉନ୍ମୋଚନ କରିଥିବା ଭାରତୀୟ ବଂଶୋଦ୍ଭବ ଖବରଦାତା ମେଘା ରାଜଗୋପାଲନ୍ଙ୍କୁ ମର୍ଯ୍ୟାଦାଜନକ...
ପ୍ରଥମ ଡୋଜ୍ ଟିକାକରଣ: ଆମେରିକାକୁ ଟପିଲା ଭାରତ
ନୂଆଦିଲ୍ଲୀ, ୪।୬: କୋଭିଡ୍-୧୯ ଟିକା ପ୍ରଥମ ଡୋଜ୍ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍ ଦିଆଯାଇଥିବା ବେଳେ ଭାରତରେ...
ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି
ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...
ଡୋମିନିକାରେ ୮ ଜଣିଆ ଟିମ୍
ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ...
ବାବା ରାମଦେବଙ୍କୁ ଝଟ୍କା ଦେଲା ନେପାଳ
କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର...
ଯୁବତୀଙ୍କ ସହ ବନ୍ଧୁତା ରଖିବାରୁ ଦଳିତ ଯୁବକଙ୍କୁ ଲଣ୍ଡା କରି ନିର୍ଯାତନା
ଜବଲପୁର, ୧।୬: ଯୁବତୀଙ୍କ ସହ ବନ୍ଧୁତା ରଖିବା କାରଣରୁ ୨୦ ବର୍ଷୀୟ ଦଳିତ ଯୁବକ ଓ ତାଙ୍କ ସାଙ୍ଗକୁ ଅର୍ଦ୍ଧ ଲଣ୍ଡା କରି ନିର୍ଯାତନା ଦିଆଯାଇଛି।...


