କଟକ ଅଫିସ, ୧ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ୩ଟି ମାମଲାରେ ତାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି। ୧୪ ଲକ୍ଷ ଟଙ୍କା ଜମାକରି ଜାମିନରେ ଯିବେ ବୋଲି ହାଇକୋର୍ଟ ସର୍ତ୍ତ ରଖିଛନ୍ତି। ହାଇକୋର୍ଟର ଅବକାଶକାଳୀନ ବିଚାରପତି ସଙ୍ଗମ କୁମାର ସାହୁ ଏହି ମାମଲାର ଶୁଣାଣି କରି ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜାମିନ ମିଳିବା ସତ୍ତ୍ୱେ ସେ ଜେଲ୍ରୁ ବର୍ତ୍ତମାନ ବାହାରି ପାରିବେନାହିଁ। ସେ ଟାଟା କମ୍ପାନୀରେ ଚାକିରି କରାଇଦେବା ନଁାରେ ୩ ଜଣଙ୍କଠାରୁ ୧୪ ଲକ୍ଷ ଟଙ୍କା ନେଇଥିଲେ। ଏ ନେଇ ଗୋଳନ୍ଥରା ଥାନାରେ ତିନୋଟି ପୃଥକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ସେ ଜାମିନ ଆବେଦନ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ତାଙ୍କୁ ଏଥିରେ ଜାମିନ ପ୍ରଦାନ କରିଛନ୍ତି। ପୂର୍ବରୁ ସେ ଗୋଟିଏ ମାମଲାରେ ଜାମିନ ପାଇଛନ୍ତି। ତେବେ ତାଙ୍କ ନଁାରେ ଆଉ ୨ଟି ମାମଲା ରହିଛି।
Posted inଆମ ଜିଲା ଖବର, କଟକ View All
ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ
ଦିଗପହଣ୍ଡି,୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଜଙ୍ଘମା ଗ୍ରାମର ରବିନ୍ଦ୍ର ବେହେରାଙ୍କୁ ବୁଧବାର ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ...
ଡରାଇଲାଣି ଲଘୁଚାପ, ୧୧ରୁ ସମୁଦ୍ର ମନା
ଭୋଗରାଇ, ୯।୬(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ୟାସ୍’ର ଭୟଙ୍କର ଦୃଶ୍ୟ ମନରୁ ଲିଭି ନ ଥିବା ବେଳ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ବଳୟ ସୃଷ୍ଟି ହୋଇ...
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...
ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍ ବାତିଲ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ...
ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା
ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ...
ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର
ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି।...
ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ
ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ...
ଚାଷ ଜମିରେ ମାଡୁଛି ଲୁଣାପାଣି
ରାଜନଗର, ୧୧।୬(ଡି.ଏନ୍.ଏ.): ୩ ବର୍ଷ ହେଲା ସ୍ଲୁଇସ୍ ନିର୍ମାଣ ସରିଲାଣି। ମାତ୍ର ଆଜିଯାଏ ସ୍ଲୁଇସ୍ରେ ଗେଟ ଲାଗିନି। ନଦୀରେ ଜୁଆର ସମୟରେ ଲୁଣାପାଣି ଭେଡା ଭିତରକୁ...


