ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ସୋମବାର ଅନୁମୋଦନ କରିଛନ୍ତି। ରାଜ୍ୟର ୪ଟି ଜିଲା କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲାର ୧୮ଟି ମେଗା ଉଠାଜଳସେଚନ ପ୍ରକଳ୍ପ ଅନ୍ତର୍ଗତ ୧୦୧ଟି ଗ୍ରାମର ୧୨ ହଜାର ୨୦୭ ହେକ୍ଟର ଜମିକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ୧୨ଟି କ୍ଲଷ୍ଟରରେ ଏହି ଚାଷ କରାଯିବ। ପ୍ରତି କ୍ଲଷ୍ଟରରେ ୧୦୦୦ ହେକ୍ଟର ଚାଷ ଜମିରେ ଫସଲର ବିବିଧୀକରଣ କରାଯାଇ ଚାଷ କରାଯିବ। ମୃତ୍ତିକା ଓ ସ୍ଥାନୀୟ ଜଳବାୟୁ ଅନୁସାରେ ଚଳିତ ଖରିଫ୍ ଋତୁରେ ଫସଲର ବିବିଧୀକରଣ କରାଯାଇ ଅଣଧାନ ଅର୍ଥକରୀ ଫସଲ ଚାଷ ପାଇଁ ପଦକ୍ଷେପ ନିଆଯାଇଛି। ରାଜ୍ୟ ସରକାର କୃଷକଙ୍କ ଆୟ ବହୁଗୁଣିତ କରିବା ଲକ୍ଷ୍ୟରେ ଫସଲର ବିବିଧୀକରଣ ଉପରେ ଗୁରୁତ୍ୱ ପ୍ରଦାନ କରୁଛନ୍ତି। ଅଣଧାନ ଚାଷ ଯଥା ଡାଲି, ତୈଳବୀଜ, କପା, ମକା ଆଦି ଅର୍ଥକରୀ ଫସଲ ଚାଷ କରୁଥିବା ଚାଷୀଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇ ଦେବାର ବ୍ୟବସ୍ଥା ମଧ୍ୟ କରାଯାଇଛି।
ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା
ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...
ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍ ଚଳାଚଳ ବନ୍ଦ
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍ଡାଉନ,...
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ରାଇସମିଲ୍ ବର୍ଜ୍ୟବସ୍ତୁରେ ଲୋକେ ଅତିଷ୍ଠ
ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲା ରେମୁଣା ବ୍ଲକ କୁରୁଡ଼ାସ୍ଥିତ ରାଇସମିଲରୁ ବାହାରୁଥିବା ବର୍ଜ୍ୟବସ୍ତୁରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଛନ୍ତି। ଲୋକେ ଗୁରୁବାର ମିଲ୍ ଗେଟ୍ରେ ତାଲା ପକାଇ...
‘ବିଜୁ ଏକ୍ସପ୍ରେସ୍ ଓ୍ବେ’କୁ ୪୪୮ କୋଟି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି।...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ...
କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍...


