ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ସୋମବାର ଅନୁମୋଦନ କରିଛନ୍ତି। ରାଜ୍ୟର ୪ଟି ଜିଲା କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲାର ୧୮ଟି ମେଗା ଉଠାଜଳସେଚନ ପ୍ରକଳ୍ପ ଅନ୍ତର୍ଗତ ୧୦୧ଟି ଗ୍ରାମର ୧୨ ହଜାର ୨୦୭ ହେକ୍ଟର ଜମିକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ୧୨ଟି କ୍ଲଷ୍ଟରରେ ଏହି ଚାଷ କରାଯିବ। ପ୍ରତି କ୍ଲଷ୍ଟରରେ ୧୦୦୦ ହେକ୍ଟର ଚାଷ ଜମିରେ ଫସଲର ବିବିଧୀକରଣ କରାଯାଇ ଚାଷ କରାଯିବ। ମୃତ୍ତିକା ଓ ସ୍ଥାନୀୟ ଜଳବାୟୁ ଅନୁସାରେ ଚଳିତ ଖରିଫ୍ ଋତୁରେ ଫସଲର ବିବିଧୀକରଣ କରାଯାଇ ଅଣଧାନ ଅର୍ଥକରୀ ଫସଲ ଚାଷ ପାଇଁ ପଦକ୍ଷେପ ନିଆଯାଇଛି। ରାଜ୍ୟ ସରକାର କୃଷକଙ୍କ ଆୟ ବହୁଗୁଣିତ କରିବା ଲକ୍ଷ୍ୟରେ ଫସଲର ବିବିଧୀକରଣ ଉପରେ ଗୁରୁତ୍ୱ ପ୍ରଦାନ କରୁଛନ୍ତି। ଅଣଧାନ ଚାଷ ଯଥା ଡାଲି, ତୈଳବୀଜ, କପା, ମକା ଆଦି ଅର୍ଥକରୀ ଫସଲ ଚାଷ କରୁଥିବା ଚାଷୀଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇ ଦେବାର ବ୍ୟବସ୍ଥା ମଧ୍ୟ କରାଯାଇଛି।
ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫...
ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ...
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...
ସଂକ୍ରମଣ ନେଉଛି ଅଧିକ ଜୀବନ
ଅନୁଗୋଳ ଅଫିସ, ୩ା୬: ଜନ୍ମରୁ ୨୮ ଦିନ ଓ ୨୮ ଦିନରୁ ୧୨ ମାସ ମଧ୍ୟରେ ସଂକ୍ରମଣ (ଇନ୍ଫେକ୍ଶନ) ହିଁ ଅଧିକ ଶିଶୁଙ୍କ ଜୀବନହାନି ଘଟାଇଥାଏ।...
ଟିକା ନେବା ସତ୍ତ୍ୱେ ସଂକ୍ରମଣ: କାରଣ ଖୋଜିବ ୮ଜଣିଆ କମିଟି
ଭୁବନେଶ୍ୱର, ୨୦।୬(ବ୍ୟୁରୋ): କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ହେଉଛି ଟିକା। ବାରମ୍ବାର ପରୀକ୍ଷଣ ପରେ ଏବେ ଦେଶରେ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଦିଆଯାଉଛି।...
କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା
ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ...
ବୋମାମାଡ଼ କରି ବିଜେଡି ନେତା ଗିରଫ
ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...


