ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି। ସେ ପୂର୍ବାହ୍ନ ୧୦ଟା ବେଳେ ଚାନ୍ଦିପୁର ହେଲିପ୍ୟାଡ୍ରେ ଅବତରଣ କରି ସମୁଦ୍ର ଉପକୂଳବର୍ତ୍ତୀ ଶ୍ରୀକୋଣା ପଞ୍ଚାୟତର ଚାରିଗୋଛିଆ, ସାର୍ଥା ପଞ୍ଚାୟତର ସାର୍ଥାମୁହାଣ ଓ ବୁଧିଆମାରି ଅଞ୍ଚଳ ବୁଲି ଦେଖିଥିଲେ। ସେ କେତେକ ଅଞ୍ଚଳକୁ ବାଇକ୍ରେ ବସିଯିବା ସହ ପାଣିଘେରରେ ଥିବା ଗାଁଗୁଡ଼ିକୁ ଚାଲି ଚାଲି ଯାଇ ସେଠାରେ ବିପନ୍ନଙ୍କ ସହ ଆଲୋଚନା କରିଥିଲେ। ପ୍ରଶାସନିକ ଅଧିକାରୀମାନଙ୍କ ସହଯୋଗ କିପରି ରହିଥିଲା ସେ ସମ୍ପର୍କରେ ବିପନ୍ନଙ୍କୁ ପଚାରି ବୁଝିଥିଲେ।
ବାତ୍ୟା ଅଞ୍ଚଳ ପରିଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ, ବାତ୍ୟାରେ ବୁଢ଼ାବଳଙ୍ଗ କୂଳରେ ଘାଇ ହୋଇ ଲୁଣାପାଣି ମାଡ଼ିଯାଇ ଅନେକ ଚାଷ ନଷ୍ଟ ହୋଇଛି। ବାତ୍ୟାରେ ବହୁ ଚିଙ୍ଗୁଡ଼ିଘେରି ନଷ୍ଟ ହୋଇଯାଇଥିବା ବେଳେ ଚାଷ ମଧ୍ୟ ପ୍ରଭାବିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ଆକାଶମାର୍ଗରୁ ବାଲେଶ୍ୱର ଅଞ୍ଚଳ ପରିଦର୍ଶନ କରିବା ସହ ସ୍ଥିତି ସମୀକ୍ଷା କରିଥିଲେ। ସ୍ଥାୟୀ ଭାବେ ଉପକୂଳ ଅଞ୍ଚଳକୁ କିପରି ସୁରକ୍ଷିତ କରାଯାଇପାରିବ ସେଥିପାଇଁ ପଦକ୍ଷେପ ନେବାକୁ ପ୍ରଧାନମନ୍ତ୍ରୀ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଥିଲେ। ବିଶେଷ ଭାବେ ପରିବେଶକୁ ଧ୍ୟାନରେ ରଖି ବୈଷୟିକ ଜ୍ଞାନକୌଶଳ ଉପଯୋଗ କରି ଉପକୂଳ ଅଞ୍ଚଳର ଜନବସତି ଏବଂ ଜୀବନଜୀବିକାର ସୁରକ୍ଷା କିପରି ହୋଇପାରିବ ସେନେଇ ରାଜ୍ୟ ସରକାର ଆବଶ୍ୟକ ଖସଡ଼ା ପ୍ରସ୍ତୁତ କରି କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଲେ ଏଥିରେ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି। ଗସ୍ତ ସମୟରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ରାଜ୍ୟ ଭାଜପା ଯୁବମୋର୍ଚ୍ଚା ଉପସଭାପତି ମାନସ ଦତ୍ତ ପ୍ରମୁଖ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All
ମାଣ୍ଡୁକା ପାହାଡ଼ରେ ବେଆଇନ ଖନନ
ଚଣ୍ଡିଖୋଲ,୨୧ା୬(ଡି.ଏନ.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ମାଣ୍ଡୁକା ପାହାଡ଼ରେ ଗତ କିଛିଦିନ ଧରି ମୋରମ ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ବେଆଇନ୍ ଭାବେ ଏହି...
କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା
ଛେଣ୍ଡିପଦା,୨୧ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର...
ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି
ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ...
ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
ଘରେ ପଶି ନାବାଳିକାଙ୍କୁ ବଳାତ୍କାର
ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ...
ଟିକା ନେବାକୁ ଡରୁଛନ୍ତି ଲୋକେ
ବୁଗୁଡ଼ା,୧୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ...
ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ
ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା...
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ...


