ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ ରିସ୍ଥଳେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଭାକ୍ସିନ୍ର ଗୋଟିଏ ଡୋଜ୍ ଶରୀରରେ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି କରିବାକୁ ପ୍ରର୍ଯ୍ୟାପ୍ତ। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ କେବଳ ଥରେ ଡୋଜ୍ ନେଲେ ଆବଶ୍ୟକ ଆଣ୍ଟିବଡ଼ି ସୃଷ୍ଟି ହୋଇପାରିଥାଏ ବୋଲି ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହାକୁ ନେଇ କେତେକ ବିଶେଷଜ୍ଞ ତର୍କ କରିଛନ୍ତି। ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଗବେଷକ ୨୦ ଜଣ ଲୋକଙ୍କ ଉପରେ ଅଧ୍ୟୟନ କରି ଏହା ଜାଣିପାରିଛନ୍ତି। ଏବେ ଏହାର ରିପୋର୍ଟକୁ ପ୍ରକାଶ କରିବା ଲାଗି ପଠାଯାଇଛି। ଗବେଷକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାଖକୁ ଏହି ରିପୋର୍ଟ ପଠାଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ଲୋକଙ୍କୁ ଗୋଟିଏ ଡୋଜ୍ ପ୍ରଦାନ କଲେ ଦେଖାଦେଇଥିବା ଭାକ୍ସିନ୍ର ଅଭାବ ପୂରଣ ହୋଇପାରିବ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। ଏହି ରିପୋର୍ଟକୁ ନେଇ ବୈଜ୍ଞାନିକ ପ୍ରଫେସର ଗରିଧର ବାବୁ ପ୍ରଶ୍ନ ଉଠାଇଛନ୍ତି। ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇରେ ଏଭଳି ରିପୋର୍ଟ ଆଧାରରେ ଟିକାକରଣ ଗ୍ରହଣୀୟ ନୁହେଁ ବୋଲି ସେ କହିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
କୋଭିଡ୍ ଅନାଥଙ୍କ ପାଇଁ ଯୋଜନା କ’ଣ
ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ...
ଭାଜପା ଏମ୍ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ
ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ...
ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ
ମୁମ୍ବାଇ,୧୮ା୬: ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସାଧ୍ୟ କାମକୁ ସାଧନ କରିପାରେ। ସେମିତି କରି ଦେଖାଇଛନ୍ତି ଜଣେ ଶ୍ରମିକଙ୍କ ପୁଅ। କଠିନ ଅଧ୍ୟବସାୟ ବଳରେ...
ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ତାଣ୍ଡବ ରଚିବା ଆଶଙ୍କା …
ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା...
ଚଳନ୍ତା ଟ୍ରେନ୍ର ଟଏଲେଟ୍ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…
ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...
କରୋନାରେ ୩୦ ହଜାର ପିଲା ଅନାଥ
ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...
ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’
ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍ ବସ୍-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି...
ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି
ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ...


