ଛତ୍ରପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା କୁହାଯାଉଛି। ଏନେଇ ବାରମ୍ବାର ଜିଲାପ୍ରଶାସନ ନିକଟରେ ଅଭିଯୋଗ ହେବା ପରେ କିଛି ଦିନ ତଳେ ପୋଲିସ ପକ୍ଷରୁ ଚଢାଉ କରାଯାଇ କେତେକ ଟ୍ରକ ଜବତ ହୋଇଥିଲା। ହେଲେ କିଛି ଦିନର ନିରବତା ପରେ ପୁଣି ବାଲି ମାଫିଆମାନେ ମାତିଥିବା ଦେଖିବାକୁ ମିଳିଛି। ଲକ୍ଡାଉନର ଫାଇଦା ନେଇ ବାଲି ମାଫିଆମାନେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରୁ ଆନ୍ଧ୍ରକୁ ବାଲି ଚୋରା ଚାଲାଣ କରୁଥିବା ଜଣାପଡ଼ିଛି। ଫଳରେ ସୋମବାର ବିଳମ୍ବିତ ରାତିରେ ଗଞ୍ଜାମ ହୁମ୍ମା ନିକଟରେ ଏକ ବାଲି ଗାଡି ଉପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଚାନକ ଚଢ଼ାଉ କରିଥିଲେ। ଏହି ଚଢ଼ାଉରେ ପ୍ରାୟ ୩୦ ଗାଡ଼ି ଜବତ କରାଯାଇଛି। ଏହି ସମୟରେ ଛତ୍ରପୁର ଉପଜିଲାପାଳ, ତହସିଲଦାର ଓ ପୋଲିସ ମଧ୍ୟ ଉପସ୍ଥିତ ଥିଲେ। ଅନ୍ୟପଟେ ଜବତ ହୋଇଥିବା ଗାଡ଼ି ମଧ୍ୟରେ ଅନେକ ଗାଡ଼ି ଆନ୍ଧ୍ରର ନମ୍ବର ରହିଥିବା ଜଣାପଡିଛି। ଏହି ଚୋରା ଚାଲାଣ ପଛରେ ମାଷ୍ଟର ମାଇଣ୍ଡ କିଏ ରହିଛି ତା’ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ଜୋର ଧରିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍ ବାତିଲ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ...
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...
୨ ବିଭାଗର ଅବହେଳାରୁ ଦନ୍ତା ମୃତ
ଭଞ୍ଜନଗର,୭।୬: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଢଉପଲ୍ଲୀ ନିକଟ କାଜୁ ଜଙ୍ଗଲରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧...
ଟିକାକରଣ କେନ୍ଦ୍ରରେ ସେଲ୍ଫି ବୁଥ୍
ଛତ୍ରପୁର,୮।୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ...
ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ
କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍ପ୍ଲେ...
ରାସ୍ତା ଅବରୋଧ କଲେ ଚାଷୀ
କଣ୍ଟାମାଳ,୧୭ା୬(ଡି.ଏନ୍.ଏ.): ବୌଦ୍ଧ ଜିଲା କଣ୍ଟାମାଳ- ମନମୁଣ୍ଡା ରାସ୍ତା ଚାଷୀଙ୍କ ଦ୍ବାରା ଅବରୋଧ ହୋଇଛି । ସକାଳ ୮ଟାରୁ ସିମିଳିପଦର ପେକ୍ସରେ ଧାନ ନ ଉଠିବାରୁ ଚାଷୀ...
କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ
ବୁଗୁଡ଼ା, ୫।୬(ଡି.ଏନ୍.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା...
ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...


