ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। କରୋନା ଯୋଗୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଥିବା ବେଳେ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। +୨ ପିଲା ଓ ତାଙ୍କ ପରିବାରକୁ ଟିକା ଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତିି। ଅଗ୍ରାଧିକାର ଭିତ୍ତିରେ ରାଜ୍ୟସରକାର ଏହି ଟିକା ଦେବା ପାଇଁ ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି। ମଙ୍ଗଳବ ଏହି ଟିକା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଚିଠି ଲେଖିଛନ୍ତି। ଟିକାକରଣକୁ ନେଇ ରାଜ୍ୟସରକାରଙ୍କୁ ଅଧିକ କ୍ଷମତା ଦିଆଯାଉ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। କାରଣ ସରକାର +୨ ପିଲା ଓ ତାଙ୍କ ପରିବାରକୁ ଟିକାକରଣ କରିବାକୁ ଚାହୁଁଛନ୍ତି। ତେବେ ଘଟଣାର ଗୁରୁତ୍ୱ ଉପଲବ୍ଧି କରି ହସ୍ତକ୍ଷେପ କରିବାକୁ ନବ ଦାସ କେନ୍ଦ୍ରମନ୍ତ୍ରୀଙ୍କୁ ଦାବି କରିଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
କରୋନିଲ ପରେ ଏବେ ବ୍ଲାକ୍ ଫଙ୍ଗସ୍ ଔଷଧ ତିଆରି କରୁଛି ପତଞ୍ଜଳୀ
ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି...
ଡିଭାଇଡରରେ ପିଟିହେଲା କାର୍: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ
ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍ର ପି.ଲକ୍ଷ୍ମୀ (୪୫)...
ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ...
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ବିଧାୟକ ପାଣ୍ଠି ସଂଶୋଧନ କର
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ)କୁ କୋଭିଡ୍ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍ଲାଇନରେ ଆବଶ୍ୟକ ସଂଶୋଧନ...
୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...
ବଢୁଛି ବଜ୍ରପାତ ବିପତ୍ତ
ଢେଙ୍କାନାଳ ଅଫିସ, ୧୨।୬ ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ବଜ୍ରପାତ ବିପତ୍ତି ବଢ଼ିବାରେ ଲାଗିଛି। ଜିଲାରେ ଗତ ୩ ବର୍ଷ ମଧ୍ୟରେ ଚଡ଼କ ୪୮ ଜଣଙ୍କ ଜୀବନ...
ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍ ଟିକାକରଣକୁ ପ୍ରାଧାନ୍ୟ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍ କୋଭିଶିଲ୍ଡ ଟିକାକରଣ ନିମନ୍ତେ...


