ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ସୂଚନାଯୋଗ୍ୟ, କୃପାସିନ୍ଧୁ ଦୀର୍ଘ ସାଢ଼େ ୧ବର୍ଷରୁ ଊର୍ଦ୍ଧ୍ୱ ହେବ ସେ ଏହି ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଉଥିବା ବେଳେ ଆଜି ଅବସର ନେଇଛନ୍ତି। ଏହି ଅବସରରେ ଲୋକ ସମ୍ପର୍କ ଭବନଠାରେ ବିଭାଗ ପକ୍ଷରୁ ତାଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। କୃପାସିନ୍ଧୁଙ୍କୁ ନିରଞ୍ଜନ ସେଠୀ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ତେବେ କାର୍ଯ୍ୟକାଳ ସମୟରେ କୋଭିଡ ସୁପରିଚାଳନାରେ କୃପାସିନ୍ଧୁଙ୍କ ଉଲ୍ଲେଖନୀୟ ଅବଦାନ ରହିଛି। ଏହାପୂର୍ବରୁ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରିସାରିଛନ୍ତି।
ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା
ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ...
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୬ ଜୀବନ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...
ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍ ଇକୋ ପକ୍ଷରୁ ଅନ୍ଲାଇନ୍ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି...
୨ ଦିନ ବର୍ଷା
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
ଆଗକୁ ବିପଦ କୋଭିଡ୍ ଆବର୍ଜନା
ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା...
ଭାଜପା-ବିଜେଡିର ଟୁଇଟ୍ ଯୁଦ୍ଧ
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ...


