ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ସୂଚନାଯୋଗ୍ୟ, କୃପାସିନ୍ଧୁ ଦୀର୍ଘ ସାଢ଼େ ୧ବର୍ଷରୁ ଊର୍ଦ୍ଧ୍ୱ ହେବ ସେ ଏହି ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଉଥିବା ବେଳେ ଆଜି ଅବସର ନେଇଛନ୍ତି। ଏହି ଅବସରରେ ଲୋକ ସମ୍ପର୍କ ଭବନଠାରେ ବିଭାଗ ପକ୍ଷରୁ ତାଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। କୃପାସିନ୍ଧୁଙ୍କୁ ନିରଞ୍ଜନ ସେଠୀ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ତେବେ କାର୍ଯ୍ୟକାଳ ସମୟରେ କୋଭିଡ ସୁପରିଚାଳନାରେ କୃପାସିନ୍ଧୁଙ୍କ ଉଲ୍ଲେଖନୀୟ ଅବଦାନ ରହିଛି। ଏହାପୂର୍ବରୁ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରିସାରିଛନ୍ତି।
ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...
ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ...
ବିକ୍ରି ଶିଶୁପୁତ୍ର ମାଳିସାହି ଅଞ୍ଚଳରୁ ଉଦ୍ଧାର
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନ ଅଞ୍ଚଳରୁ ବିକ୍ରି ହୋଇଥିବା ୬ଦିନର ଶିଶୁପୁତ୍ରକୁ ଖାରବେଳନଗର ଥାନା ଅନ୍ତର୍ଗତ ମାଳିସାହି ଅଞ୍ଚଳରୁ ଉଦ୍ଧାର କରାଯାଇଛି। ରାଜଧାନୀରେ ଶିଶୁ ବିକ୍ରି...
କୋରାପୁଟ ଏମ୍ପି ଛତିଶଗଡ଼ ଇନ୍ଚାର୍ଜ
ଭୁବନେଶ୍ୱର,୩।୬: କୋରାପୁଟ ଏମ୍ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।...
ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର
ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ...
ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
୭ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ...
ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍ଏମ୍ଆର୍ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ...


