ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଥିବା ଇନ୍ଦ୍ରମଣି ତ୍ରିପାଠୀଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ତୁଷାରକାନ୍ତ ମହାନ୍ତିଙ୍କୁ ଲ୍ୟାଣ୍ଡ୍ ରେକର୍ଡସ ଆଣ୍ଡ୍ ସର୍ଭେର ନିର୍ଦ୍ଦେଶକ, ମନୋଜ କୁମାର ମହାନ୍ତିଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ, ବିଜୟ କୁମାର ଦାସଙ୍କୁ ଇଡ୍କୋ ସିଜିଏମ୍ (ଲ୍ୟାଣ୍ଡ୍) ଏବଂ ରତ୍ନାକର ସାହୁଙ୍କୁ ନବରଙ୍ଗପୁର ଏଡିଏମ୍ ଭାବେ ନିଯୁକ୍ତି ଦିଆଯାଇଛି। ସୂଚନାଯୋଗ୍ୟ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ପୂର୍ବତନ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଅବସର ନେଇଥିଲେ। ଏହାପରେ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀଙ୍କୁ ପରବର୍ତ୍ତୀ ବିଜ୍ଞପ୍ତି ପ୍ରକାଶ ପାଇବା ପର୍ଯ୍ୟନ୍ତ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଥିଲା। ଏହି କ୍ରମରେ ନିରଞ୍ଜନ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଥିଲେ।
୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ
ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...
ନକଲି ଡାକ୍ତରଙ୍କ କ୍ଲିନିକ୍ରେ ଚଢ଼ାଉ ଘଟଣା: ଏସ୍ଡିଜେଏମ୍ କୋର୍ଟରେ ମାମଲା
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ...
ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି...
୨୬ ଯାଏ ପ୍ରବଳ ବର୍ଷା
ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ...
ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ
ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ...
ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର...
ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା
ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।...
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...


