ମୁମ୍ବାଇ, ୨ା୬(ପି.ଟି.)-ରଣଜୀ ଟ୍ରଫି କିମ୍ବଦନ୍ତୀ ତଥା ପୂର୍ବତନ ମୁମ୍ବାଇ ଅଧିନାୟକ ଅମୋଲ ମଜୁମ୍ଦାର ଆସନ୍ତା ଘରୋଇ ସିଜନ ପାଇଁ ମଙ୍ଗଳବାର ସିନିୟର ଦଳର କୋଚ୍ ଭାବେ ନିଯୁକ୍ତି ପାଇଛନ୍ତି। ରମେଶ ପାଓ୍ବାର ଭାରତୀୟ ମହିଳା ଦଳର ଦାୟିତ୍ୱ ନେବା ପରେ ଏହି ପଦବୀ ଖାଲିପଡ଼ିଥିଲା। ଯତୀନ ପରଞ୍ଜପେ (ଚେୟାରମ୍ୟାନ), ନୀଲେଶ କୁଲକର୍ନୀ ଓ ବିନୋଦ କୁମ୍ବାଲିଙ୍କୁ ନେଇ ଗଠିତ ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍ସିଏ)ର କ୍ରିକେଟ ଇମ୍ପ୍ରୁଭମେଣ୍ଟ କମିଟି (ସିଆଇଏସ୍) ମଜୁମ୍ଦାରଙ୍କୁ ମନୋନୀତ କରିଥିଲା। ମୁମ୍ବାଇ ସିନିୟର ଦଳ ପାଇଁ ଅନ୍ୟ ୮ ଜଣ ପ୍ରାର୍ଥୀ ରହିଥିଲେ। ସେମାନେ ହେଲେ ବଲଓ୍ବିନ୍ଦର ସିଂ ସାନ୍ଧୁ, ଓ୍ବାସିମ୍ ଜାଫର, ସାଇରାଜ ବାହୁତୁଲେ, ସୁଲକ୍ଷଣା କୁଲକର୍ନୀ, ପ୍ରଦୀପ ସୁନ୍ଦରମ, ନନ୍ଦନ ଫାଡ୍ନିସ, ଉମେଶ ପାଟଓ୍ବାଲ ଓ ବିନୋଦ ରାଘବନ। ୪୬ ବର୍ଷୀୟ ମୁମ୍ବାଇ ଷ୍ଟଲଓ୍ବାର୍ଟ ମଜୁମ୍ଦାର ୧୯୯୩ରୁ ୨୦୧୩ ମଧ୍ୟରେ ୧୭୧ ପ୍ରଥମଶ୍ରେଣୀ ମ୍ୟାଚରେ ୧୧,୧୬୭ ରନ କରିଛନ୍ତି। ଅବସର ନେବା ପରେ ସେ ଜଣେ ଭଲ କମେଣ୍ଟେଟର ଭାବେ ପଚିଚିତି ଲାଭ କରିଥିଲେ। ସେ ଏନ୍ସିଏ, ଆଇପିଏଲ ଟିମ୍ ରାଜସ୍ଥାନ ରୟାଲ୍ସର ବ୍ୟାଟିଂ କୋଚ୍ ଭାବେ କାର୍ଯ୍ୟ କରିଛନ୍ତି। ଏହାଛଡ଼ା ୨୦୧୯-୨୦ ଭାରତ ବିପକ୍ଷ ସିରିଜ ପାଇଁ ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର କାମଚଳା କୋଚ୍ ଦାୟିତ୍ୱ ତୁଲାଇଛନ୍ତି।
ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍ ଖେଳାଳି ଝାଙ୍ଗ୍ ଝିଝେନ୍
ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍ ଝିଝେନ୍ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ...
୧୦୦ ମି. ବ୍ୟାକ୍ଷ୍ଟ୍ରୋକ୍ରେ ରେକର୍ଡ ଭାଙ୍ଗିଲେ ଅଷ୍ଟ୍ରେଲିଆ ମହିଳା ସନ୍ତରଣକାରୀ
ଆଡିଲେଡ୍,୧୪।୬(ଏପି): ଅଷ୍ଟ୍ରେଲୀୟ ସନ୍ତରଣକାରୀ କୋଲି ମ୍ୟାକ୍କେଓନ ୧୦୦ ମିଟର ବ୍ୟାକ୍ଷ୍ଟ୍ରୋକ ଇଭେଣ୍ଟରେ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। ରବିବାର ଅନୁଷ୍ଠିତ ଅଷ୍ଟ୍ରେଲିଆ ଅଲିମ୍ପିକ ଟ୍ରାଏଲ୍ସରେ ୧୯ ବର୍ଷୀୟ...
ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା
ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି...
ଫ୍ରେଞ୍ଚ୍ ଓପନ ଟେନିସ: କ୍ରେଜିକୋଭା-ସିନିକୋଭା ଫାଇନାଲରେ
ପ୍ୟାରିସ, ୧୨।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଚେରି ରିପବ୍ଲିକ ଯୋଡ଼ି ବାର୍ବରା କ୍ରେଜିକୋଭା ଏବଂ କାଟରିନା ସିନିକୋଭା।...
ଅଲିମ୍ପିକ୍ସକୁ ୧୯୦ଜଣିଆ ଦଳ ପଠାଇବ ଭାରତ
ନୂଆଦିଲ୍ଲୀ, ୪ା୬(ପି.ଟି.)-ଆସନ୍ତା ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତ ୧୯୦ ଜଣିଆ ଦଳ ପଠାଇବ ବୋଲି ଆଶା କରାଯାଉଛି। ତନ୍ମଧ୍ୟରେ ୧୦୦ ଜଣ ଆଥ୍ଲେଟ ଅନ୍ତର୍ଭୁକ୍ତ। କ୍ରୀଡ଼ାମନ୍ତ୍ରୀ...
୨ଟି ବଲ୍ରୁ ବିସ୍ଫୋରକ ୨୧ ରନ୍ କରିଥିଲେ ସେହ୍ବାଗ:ଜାଣନ୍ତୁ କେମିତି
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ସମସ୍ତ ପ୍ରକାର କ୍ରିକେଟର ୍ବିପଜ୍ଜନକ ବ୍ୟାଟ୍ସମ୍ୟାନ ସେହ୍ବାଗ ଆରମ୍ଭରୁ ପ୍ରତିପକ୍ଷଙ୍କୁ...
ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍ ମିଲ୍ଖା
ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...
କୋପା ଆମେରିକା ଫୁଟ୍ବଲ: ଆର୍ଜେଣ୍ଟିନା- ଚିଲି ମ୍ୟାଚ୍ ଡ୍ର
ରିଓ ଡି ଜାନେଇରୋ,୧୬।୬(ଏପି): ଦକ୍ଷିଣ ଆମେରିକାର ସର୍ବବୃହତ୍ ଫୁଟ୍ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଡ୍ର’ରୁ ଅଭିଯାନ ଆରମ୍ଭ କରିଛି। ମେସିଙ୍କ ଜବରଦସ୍ତ...


