E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅରୁଣ ମିଶ୍ର ହେବେ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ
9:51 amJune 2, 2021

ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଚୟନ କମିଟି ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ପାଇଁ ଜଷ୍ଟିସ୍‌ ମିଶ୍ରଙ୍କ ନାମ ସୁପାରିସ କରିଥିବା ଜଣାପଡ଼ିଛି। ସେହିପରି ଗୋଇନ୍ଦା ବ୍ୟୁରୋର ପୂର୍ବତନ ନିର୍ଦ୍ଦେଶକ ରାଜୀବ ଜୈନ ଓ ଜମ୍ମୁ-କଶ୍ମୀର ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ମହେଶ କୁମାର ମିତ୍ତଲଙ୍କୁ ଏନ୍‌ଏଚ୍‌ଆର୍‌ସି ସଦସ୍ୟ ରୂପେ ନିଯୁକ୍ତି ମିଳିପାରେ।
ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ରାଜ୍ୟ ସଭା ଉପାଧ୍ୟକ୍ଷ ହରିବଂଶ, ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଏବଂ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ନେଇ ଗଠିତ ଚୟନ କମିଟି ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ପଦ ଲାଗି ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ନାମ ସୁପାରିସ କରିଛି। ତେବେ ବଞ୍ଚତ୍ତ ସମୁଦାୟର ପ୍ରାର୍ଥୀଙ୍କ କଥା ବିଚାରକୁ ନିଆଯାଇ ନ ଥିବା ଦର୍ଶାଇ ଖାର୍ଗେ ତାଙ୍କ ନିଯୁକ୍ତି ଉପରେ ସହମତି ପ୍ରକାଶ କରିନାହାନ୍ତି। ଅରୁଣ ମିଶ୍ର ୧୯୭୮ରେ ଆଇନଜୀବୀ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ସେ ୧୯୯୮-୯୯ରେ ବାର୍‌ କାଉନ୍‌ସିଲ ଅଫ୍‌ ଇଣ୍ଡିଆର କନିଷ୍ଠତମ ଅଧ୍ୟକ୍ଷ ନିର୍ବାଚିତ ହୋଇଥିଲେ। ୧୯୯୯ ଅକ୍ଟୋବରରେ ଜଷ୍ଟିସ୍‌ ମିଶ୍ର ମଧ୍ୟପ୍ରଦେଶ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ପରେ ସେ ରାଜସ୍ଥାନ ଏବଂ କଲିକତା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଥିଲେ। ୨୦୧୪ ଜୁଲାଇ ୭ରେ ସୁପ୍ରିମକୋର୍ଟ ବିଚାରପତି ନିଯୁକ୍ତ ହୋଇଥିବା ଜଷ୍ଟିସ୍‌ ମିଶ୍ର ୨୦୨୦ ସେପ୍ଟେମ୍ବର ୩ରେ ଅବସର ନେଇଥିଲେ। ସେ ସୁପ୍ରିମକୋର୍ଟ ବିଚାରପତି ଥିବାବେଳେ ପ୍ରଧାନମନ୍ତ୍ରୀଙ୍କୁ ଉଚ୍ଚ ପ୍ରଶଂସା କରି ବିବାଦୀୟ ହୋଇଥିଲେ। ନରେନ୍ଦ୍ର ମୋଦି ଜଣେ ଦୂରଦୃଷ୍ଟି ସମ୍ପନ୍ନ ପ୍ରଧାନମନ୍ତ୍ରୀ ଭାବେ ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଲାଭ କରିଥିବା ଏପରି ଜଣେ ନେତା, ଯିଏକି ବୈଶ୍ୱିକ ସ୍ତରରେ ଚିନ୍ତା ଓ ସ୍ଥାନୀୟ ସ୍ତରରେ କାର୍ଯ୍ୟ କରନ୍ତି ବୋଲି ଜଷ୍ଟିସ୍‌ ମିଶ୍ର କହିଥିଲେ। ଏହାକୁ ନେଇ ସେତେବେଳେ ବିବାଦ ସୃଷ୍ଟି ହୋଇଥିଲା। ପ୍ରକାଶ ଯେ, ଏହା ପୂର୍ବରୁ ୨୭ ବର୍ଷ ମଧ୍ୟରେ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ରୂପେ କେବଳ ପୂର୍ବତନ ସିଜେଆଇମାନଙ୍କୁ ନିଯୁକ୍ତି ଦିଆଯାଇଥିଲା। ତେଣୁ ଏହାକୁ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସାର ପୁରସ୍କାର ବୋଲି କୁହାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

୮୦ କୋଟି ଲୋକଙ୍କୁ ମାଗଣା ରାଶନ

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ମାଗଣା ଟିକା ସହ ରାଶନ ଦେବାକୁ ଘୋଷଣା କରିଛନ୍ତି। ନଭେମ୍ବର ପର୍ଯ୍ୟନ୍ତ ଦେଶର ୮୦...

ମିଶନ ୨୦୨୪କୁ ନେଇ ଚର୍ଚ୍ଚା

ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍‌ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍‌ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍‌ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ...

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ

ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍‌ଆଇଆର ଯୋଗୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ...

ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି

ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ
Next Post Next post:
ସଂକ୍ରମଣ ମାତ୍ରା କମାଏ ଭିଟାମିନ୍‌ ଡି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts