E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

କୋଭିଡ୍‌ ପରିଚାଳନାରେ ବିଫଳତା ନେଲାଣି ୮ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପଦ
9:46 pmJune 2, 2021

ନୂଆଦିଲ୍ଲୀ,୨।୬: କୋଭିଡ୍‌ ପରିଚାଳନା ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ବିଭିନ୍ନ ଦେଶର ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ବ୍ରାଜିଲରେ କୋଭିଡ୍‌ ପରିଚାଳନାରେ ବିଫଳତାକୁ ନେଇ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇବା ସହ ପ୍ରଧାନମନ୍ତ୍ରୀ ଜୈର ବଲସୋନାରୋଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ଇକ୍ୱାଡର ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ରୋଡଲ୍ଫ ଫାର୍‌ଫାନ ନିଯୁକ୍ତ ହେବାର ୩ ସପ୍ତାହ ପରେ ଗତ ମାର୍ଚ୍ଚରେ ଇସ୍ତଫା ଦେଇଥିଲେ। ଟିକାକରଣ ଅଭିଯାନରେ ତାଙ୍କ ବିରୋଧରେ ପ୍ରିୟାପ୍ରୀତି ତୋଷଣ ଅଭିଯୋଗ ହୋଇଥିଲା, ଯାହାର ତଦନ୍ତ ଜାରି ରହିଛି। ତାଙ୍କ ପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରୀ ଥିବା ଜୁଆନ୍‌ କାର୍ଲୋସ ଜେଭାଲୋସ୍‌ ମଧ୍ୟ ମାସେ ପୂର୍ବରୁ ଟିକାକରଣ ଅନିୟମିତତାକୁ ନେଇ ଇସ୍ତଫା ଦେଇଥିଲେ।

କୋଭିଡ୍‌କୁ ନେଇ ଅତ୍ୟଧିକ ଚାପ ହେତୁ ଏପ୍ରିଲ ୧୩ରେ ଅଷ୍ଟ୍ରିଆ ସ୍ବାସ୍ଥ୍ୟମନ୍ତ୍ରୀ ରୁଡଲ୍ଫ ଆନ୍‌ସୋବର ଇସ୍ତଫା ଦେଇଥିଲେ। ଇରାକର ଏକ କୋଭିଡ୍‌ ହସ୍ପିଟାଲରେ ନିଆଁ ଲାଗି ୮୦ ଜଣଙ୍କ ମୃତ୍ୟୁ ହେବା ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ହାସନ ଅଲତାମିମି ଗତ ମେ’ରେ ଇସ୍ତଫା ଦେଇଥିଲେ। ଟିକାକରଣ କାର୍ଯ୍ୟକ୍ରମରେ ଅନିୟମିତତା ଅଭିଯୋଗରେ ଆର୍ଜେଣ୍ଟିନା ସ୍ବାସ୍ଥ୍ୟମନ୍ତ୍ରୀ ଗତ ଫେବୃୟାରୀରେ ଇସ୍ତଫା ଦେଇଥିଲେ। ସରକାରୀ ହସ୍ପିଟାଲରେ ୬ ରୋଗୀଙ୍କ ମୃତ୍ୟୁ ହେବାରୁ ମାର୍ଚ୍ଚ ମାସରେ ଜୋର୍ଡାନ ସ୍ବାସ୍ଥ୍ୟମନ୍ତ୍ରୀ ନାଜିର ଓବେଇଡାଟ୍‌ ପଦ ଛାଡ଼ିଥିଲେ। ପେରୁରେ ସାଧାରଣ ଜନତାଙ୍କୁ ଟିକା ମିଳିବା ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଟିକା ନେବାକୁ ନେଇ ସମାଲୋଚନା ହେବାରୁ ସ୍ବାସ୍ଥ୍ୟମନ୍ତ୍ରୀ ଡ. ପିଲାର ମାଜେଟ୍ଟି ଇସ୍ତଫା ଦେଇଥିଲେ। ମହାମାରୀ ପରିଚଳାନାରେ ବିଫଳତା ଅଭିଯୋଗ ହେବାରୁ ସ୍ଲୋଭାକିଆ ସ୍ବାସ୍ଥ୍ୟମନ୍ତ୍ରୀ ମାରେକ୍‌ କ୍ରାଜି ପଦ ଛାଡ଼ିଥିଲେ। ସ୍ବାସ୍ଥ୍ୟ ଅଧିକାରୀମାନଙ୍କ ବେପରୁଆ ମନୋଭାବ ଯୋଗୁ ମଙ୍ଗୋଲିଆରେ ଜଣେ ମହିଳା ଓ ତାଙ୍କ ନବଜାତ ଶିଶୁ କୋଭିଡ୍‌ରେ ପ୍ରାଣ ହରାଇବାରୁ ପ୍ରଧାନମନ୍ତ୍ରୀ ଖୁରେଲସୁଖ ଉଖ୍‌ନା କ୍ୟାବିନେଟ ସହ ଇସ୍ତଫା ଦେଇଥିଲେ। ସେହିପରି ୨୦୨୦ରେ ମଧ୍ୟ ମହାମାରୀ ପରିଚାଳନାଗତ ତ୍ରୁଟିକୁ ନେଇ ନ୍ୟୁଜିଲାଣ୍ଡ, ବ୍ରାଜିଲ, ଚେକ୍‌ ଗଣରାଜ୍ୟ ସମେତ ବିଭିନ୍ନ ଦେଶରେ ସ୍ବାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ସ୍ପେସ୍‌ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…

ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍‌ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ...

ଆଇଜାକ୍‌ ହର୍‌ଜୋଗ୍‌ ଇସ୍ରାଏଲ ରାଷ୍ଟ୍ରପତି

ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍‌ ହର୍‌ଜୋଗ୍‌ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍‌’ରେ ୧୨୦ ଜଣ ସଦସ୍ୟ...

କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ

ଭାରତୀୟ ବଂଶୋଦ୍ଭବ ବିଚାରପତି ମହମଦ ଜମାଲ ପ୍ରଥମ ଅଣଶ୍ୱେତାଙ୍ଗ ଭାବେ କାନାଡା ସୁପ୍ରିମକୋର୍ଟକୁ ମନୋନୀତ ହୋଇଛନ୍ତି। ୨୦୧୯ରୁ ଓଣ୍ଟାରିଓସ୍ଥିତ କୋର୍ଟ ଅଫ୍‌ ଅପିଲ୍‌ର ବିଚାରପତି ଥିବା...

ସେନା ବିମାନ ଦୁର୍ଘଟଣା: ୧୨ ମୃତ

ନାପିତାଉ,୧୦ା୬: ମ୍ୟାନ୍‌ମାର ସେନାର ଏକ ବିମାନ ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେନା ପକ୍ଷରୁ କୁହାଯାଇଛି। ବିମାନଟି ରାଜଧାନୀ ନାପିତାଉରୁ...

ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ

ଲଣ୍ଡନ,୨ା୬: ମାର୍ଚ୍ଚ ୨୦୨୦ ପରଠାରୁ ବ୍ରିଟେନରେ କରୋନା ଜନିତ ମୁତ୍ୟୁ ହୋଇନାହିଁ। ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି।...

ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍‌ଙ୍କ ଇସ୍ତଫା

ଓ୍ବାଶିଂଟନ୍‌, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍‌ ଦାତବ୍ୟ...

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କବାଟ ଖୋଲିଲେ ମୃତ୍ୟୁ
Next Post Next post:
ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts