E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା, ରାଜ୍ୟ

ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା
8:31 amJune 3, 2021

କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଥାଏ। ୩୦୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଇଚ୍ଛାପୁରରେ ଶ୍ରୀଜୀଉଙ୍କ ରଥ ଗଡୁଥିବା ବେଳେ କରୋନା କଟକଣା ପାଇଁ ଗତବର୍ଷ ଏହି ରଥଯାତ୍ରା ପ୍ରତୀକାତ୍ମକ ଭାବେ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ ଅନୂକୁଳ ହୋଇଥିଲେ ମଧ୍ୟ ଶ୍ରୀବଳଦେବଜୀଉଙ୍କ ରଥ ଗଡିବା ନେଇ ଏବେ ବି ଅନିଶ୍ଚିତତା ଲାଗି ରହିଛି। ତେବେ ପୁରୀରେ ଗତବର୍ଷ ରଥଯାତ୍ରା ଶ୍ରଦ୍ଧାଳୁଙ୍କ ବିନା ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ କେନ୍ଦ୍ରାପଡ଼ାରେ ସେପରି ରଥଯାତ୍ରା ସେବାୟତ ଓ ଜିଲା ପ୍ରଶାସନ ପରିଚାଳନାରେ କରିବାକୁ ଶ୍ରଦ୍ଧାଳୁମାନେ ଦାବି କରିଛନ୍ତି।
ଏ ସମ୍ପର୍କରେ ବରିଷ୍ଠ ସେବାୟତ ନୃସିଂହ ପ୍ରସାଦ ପତ୍ରୀ କହିଛନ୍ତି, ବିଶ୍ୱର ସର୍ବୋଚ୍ଚ ରଥ ମଧ୍ୟରେ ବ୍ରହ୍ମ ତାଳଧ୍ୱଜର ମାନ୍ୟତା ଅଛି। ଗୋଟିଏ ରଥରେ ଚତୁର୍ଦ୍ଧା ମୂର୍ତ୍ତି ବିରାଜିତ ହୋଇ ମାଉସୀ ମା’ ମନ୍ଦିରକୁ ଯାଇଥାନ୍ତି। ଏହି ରଥଯାତ୍ରା ଶ୍ରଦ୍ଧାଳୁଙ୍କ ଭାବାବେଗ ସହିତ ଜଡ଼ିତ। କରୋନା କଟକଣା ପାଇଁ ଗତବର୍ଷ ରଥଯାତ୍ରାକୁ ମନ୍ଦିର ମଧ୍ୟରେ ସୀମିତ ରଖାଯାଇଥିଲା। ମାତ୍ର ଏହା ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଦୁଃଖ ଦେଇଥିଲା। ଚଳିତବର୍ଷ ରଥଯାତ୍ରା ପାଇଁ କାଠ ଅନୂକୂଳ ସହ ଅନ୍ୟାନ୍ୟ ପ୍ରକ୍ରିୟା ଜାରି ରହିଛି। ଦେବୋତ୍ତର କମିଶନ ଓ ରାଜ୍ୟ ସରକାର ଏ ସମ୍ପର୍କରେ ଆଲୋଚନା କରି ରଥଯାତ୍ରାକୁ ଅନୁମତି ଦେବାକୁ ସେବାୟତ ସଂଘ ପକ୍ଷରୁ ଦାବି କରାଯାଇଛି। ଅନ୍ୟତମ ସେବାୟତ ଗଗନ ପତ୍ରୀ କହିଛନ୍ତି, ଆସନ୍ତା ୨୪ରେ ଦେବସ୍ନାନ ପୂର୍ଣ୍ଣିମା, ଜୁଲାଇ ୧୨ରେ ସବୁଠି ରଥଯାତ୍ରା ହେଉଥିବାବେଳେ ୧୩ ତାରିଖରେ ବ୍ରହ୍ମ ତାଳଧ୍ୱଜ ରଥ ଗଡ଼ିବ। ଏ ନେଇ ଶ୍ରଦ୍ଧାଳୁଙ୍କ ସହ ସେବାୟତ ପ୍ରସ୍ତୁତ ଅଛନ୍ତି। କରୋନା ମହାମାରୀକୁ ଆଳ କରି ଗତବର୍ଷ ପରି ଚଳିତବର୍ଷ ରଥଯାତ୍ରାକୁ ବନ୍ଦ କଲେ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଆଘାତ କରିବ। ଏହା ବ୍ୟତୀତ ଜିଲା ପ୍ରଶାସନ ପକ୍ଷରୁ ମହାମାରୀର ପରିଚାଳନା ସୁସଙ୍ଗଠିତ ଭାବେ ଚାଲିଛି। ଏଥିପାଇଁ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ସେପରି ଗୁରୁତର ରୂପ ନେଇନାହିଁ। କୋଭିଡ୍‌-୧୯ର ନିୟମ ମାନି ମୟୂରଭଞ୍ଜ ଜିଲାର ବାରିପଦାଠାରେ ଶ୍ରୀଜୀଉଙ୍କ ରଥଯାତ୍ରା ପାଇଁ ଆଇନର ଆଶ୍ରୟ ନିଆଯାଇଛି। ଆବଶ୍ୟକ ପଡିଲେ ତୁଳସୀ କ୍ଷେତ୍ରାଧିପତିଙ୍କ ରଥ ଗଡ଼ିବାକୁ ଆଇନର ଆଶ୍ରୟ ନିଆଯିବ। ଏ ସମ୍ପର୍କରେ ଟ୍ରଷ୍ଟ ଅଧ୍ୟକ୍ଷ ତଥା ଉପଜିଲାପାଳ ନିରଞ୍ଜନ ବେହେରା କହିଛନ୍ତି, ରଥଯାତ୍ରା ପାଇଁ ଆନୁସଙ୍ଗିକ ପ୍ରକ୍ରିୟା ଜାରି ରହିଛି। ରଥଖଳା କାର୍ଯ୍ୟ ଆରମ୍ଭ ହୋଇଛି। ତେବେ କରୋନା ମହାମାରୀକୁ ଦୃଷ୍ଟିରେ ରଖାଯାଇ ରାଜ୍ୟ ସରକାରଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା, ରାଜ୍ୟ View All

ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...

୨ ସାଇବର ଠକ ଗିରଫ

କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା...

ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା

ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ...

ଗ୍ରାହକ ସାଜି ନେଇଗଲେ ସୁନା ହାର

ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି...

ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା

ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି।...

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...

ନୟାପଲ୍ଲୀ ଶ୍ମଶାନ, ଖେଳପଡ଼ିଆକୁ ନେଇ ମୁହାଁମୁହିଁ

ଭୁବନେଶ୍ୱର,୧୯।୬: ବିଏମ୍‌ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ...

ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ଦେଶରେ କେବଳ ଶୋଇବା ପାଇଁ ମିଳିଥାଏ ଚାକିରି
Next Post Next post:
ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts