ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର ରାଜ୍ୟରେ ୮,୩୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗରୁବାର ଏହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮,୮୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪,୯୪୮ କ୍ୱାରାଣ୍ଟାଇନ୍ରୁ ହୋଇଥିବା ବେଳେ ୩,୮୯୧ ଲୋକାଲ କେସ୍ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୩୫, କଟକରୁୁ ୭୬୯ ଓ ମୟୁରଭଞ୍ଜରୁ ୫୮୩ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୪୧୪, ବାଲେଶ୍ୱର ୩୯୫, ବରଗଡ଼ ୧୯୩, ଭଦ୍ରକ ୪୧୯, ବଲାଙ୍ଗୀର ୮୯, ବୌଦ୍ଧ ୧୭୯, ଦେବଗଡ଼ ୮୪, ଢ଼େଙ୍କାନାଳ ୫୧୦, ଗଜପତି ୫୨, ଗଞ୍ଜାମ ୧୯୬, ଜଗତସିଂହପୁର ୩୧୭, ଯାଜପୁର ୪୯୩, ଝାରସୁଗୁଡ଼ା ୧୨୧, କଳାହାଣ୍ଡି ୧୪୫, କନ୍ଧମାଳ ୫୮, କେନ୍ଦ୍ରାପଡ଼ା ୩୦୨, କେନ୍ଦୁଝର ୧୮୮, କୋରାପୁଟ ୯୯, ମାଲକାନଗିରି ୮୫, ନବରଙ୍ଗପୁର ୧୨୯, ନୟାଗଡ଼ ୨୪୬, ନୂଆପଡ଼ା ୩୪, ପୁରୀ ୪୩୮, ରାୟଗଡ଼ା ୨୧୬, ସମ୍ବଲପୁର ୧୯୪, ସୋନପୁର ୧୧୮, ସୁନ୍ଦରଗଡ଼ ୩୩୮ ଓ ଷ୍ଟେଟ ପୁଲରୁ ୨୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୯୦,୯୭୦ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୦୨,୬୨୧ଜଣ ସୁସ୍ଥ ହୋଇଥିବା ବେଳେ ୮୫,୪୨୩ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ବାଘ, ସିଂହର କରୋନା ମୃତ୍ୟୁ
ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ...
ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍ ଟ୍ୟାବଲେଟ୍-ଷ୍ଟିମ୍ ନେବାକୁ ମନା …
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି।...
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ
ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା...
ଇନ୍ଦୋରରେ ଗ୍ରୀନ୍ ଫଙ୍ଗସ୍
ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍, ହ୍ବାଇଟ ଓ ୟେଲୋ ଫଙ୍ଗସ୍ ପରେ ଏବେ ଗ୍ରୀନ୍ ପଙ୍ଗସ୍ ଲକ୍ଷଣ...
ଭୟଭୀତ କରାଉଛି କରୋନା: ରେଡ ଜୋନ୍ରେ ୧୬ଗାଁ, ୬ଓ୍ବାର୍ଡ
ଛତ୍ରପୁର,୧୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ...
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ...


