ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୨ ହଜାର ୭୮୮ ଥିବାବେଳେ ମୃତକଙ୍କ ସଂଖ୍ୟା ୩,୨୦୭ ଥିଲା । ତେବେ ଗୁରୁବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବାବେଳେ ମୃତକଙ୍କ ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୪ ହଜାର ୧୫୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୮୮୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨ ଲକ୍ଷ ୧୧ ହଜାର ୪୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୭ ଲକ୍ଷ ୧୩ ହଜାର ୪୧୩ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୨ କୋଟି ୧୦ ଲକ୍ଷ ୪୩ ହଜାର ୬୯୩ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୫ କୋଟି ୩୭ ଲକ୍ଷ ୮୨ ହଜାର ୬୪୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
Posted inକରୋନା ଭାଇରସ୍, ଜାତୀୟ View All
ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...
ଜୁନ୍ ୧୫ରୁ ମାସ୍କ ଫ୍ରି ହେବ ଏହି ଦେଶ, ଡିସେମ୍ବରରେ ଆରମ୍ଭ ହୋଇଥିଲା ଟିକାକରଣ
ଜେରୁଜେଲମ,୯ା୬: କରୋନା ଅବଧି ସମୟରେ ଇସ୍ରାଏଲ ବିଶ୍ୱର ପ୍ରଥମ ମାସ୍କ ମୁକ୍ତ ଦେଶ ହେବ। ଏଠାରେ ବନ୍ଦ ସ୍ଥାନରେ ମାସ୍କ ପ୍ରୟୋଗ କରିବାର ନିୟମ ଜୁନ୍...
ସହାୟତାର ହାତ ବଢ଼ାଇଲା ଶତ୍ରୁ…
ଜେରୁଜେଲମ୍୍,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍ ଏବଂ ଇସ୍ରାଏଲ୍ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ...
କୋଭିଡ୍ ସହାୟତାରୁ ୨ଶହ କୋଟି ବାଟମାରଣା
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ...
ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍ଡାଉନ ଜାରି...
ଭାକ୍ସିନ୍ର ୨ ଡୋଜ୍ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…
ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...
ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’
ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର...
ଖୁସି ଖବର ଦେଲେ ଚହଲ: ଶେୟାର କଲେ ଫଟୋ
ନୂଆଦିଲ୍ଲୀ,୧୧।୬: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବେ ପରିବାର ସହ ସମୟ ବିତାଉଛନ୍ତି। ସେ ଗୁରୁବାର ପ୍ରଶଂସକଙ୍କ ସହ ଏକ ଖୁସି ଖବର ଶେୟାର କରିଛନ୍ତି।...


