E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କଟକ, ରାଜ୍ୟ

ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ
10:38 amJune 3, 2021

କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍‌ ଲେନ୍‌ସ୍ଥିତ ବାସଗୃହରେ ସେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଏସ୍‌ସିବି ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଘୋଷଣା କରିଥିଲେ। ମୃତ୍ୟୁଶଯ୍ୟା ନିକଟରେ ସ୍ବାମୀ ଶଶିଭୂଷଣ ତ୍ରିପାଠୀ ଉପସ୍ଥିତ ଥିଲେ। ଗୁରୁବାର ମୀନାକ୍ଷୀଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ।
୧୯୫୫ ଅଗଷ୍ଟ ୧ରେ ପୁରୀ ଜିଲା ଶ୍ରୀପୁରୁଷୋତ୍ତମପୁର ଗ୍ରାମରେ ମୀନାକ୍ଷୀ ଜନ୍ମଗ୍ରହଣ କରିଥିଲେ। ସେ ହାଇସ୍କୁଲରେ ପଢୁଥିବାବେଳେ ପ୍ରେସିଡେଣ୍ଟ ଗାଇଡ୍‌ ରୂପେ ରାଷ୍ଟ୍ରପତିଙ୍କଠାରୁ ମାନପତ୍ର ଲାଭ କରିଥିଲେ। ଓଡ଼ିଆ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ୧୯୮୦ରୁ ୧୯୮୩ ପର୍ଯ୍ୟନ୍ତ ଝାରସୁଗୁଡ଼ାସ୍ଥିତ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟରେ ଅଧ୍ୟାପିକା ଭାବେ ଦାୟିତ୍ୱ ତୁଲାଇଥିଲେ। ଏହାପରେ ୧୯୯୨ରୁ ୨୦୧୫ ପର୍ଯ୍ୟନ୍ତ ସେ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ଇଣ୍ଡିଆନ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚର ଗବେଷଣା ସହଯୋଗୀ ଭାବେ କାର୍ଯ୍ୟ କରିଥିଲେ। ଏଥିସହ ସେ ‘ଅନ୍ୟ ଜଣେ ସୁଲୋଚନା’, ‘ଝରାପତ୍ରର ଗୀତି’, ‘ମଣିଷ ପରି ମଣିଷ’ ଭଳିି ପ୍ରାୟ ୩୦ ପୁସ୍ତକ ରଚନା କରିଥିଲେ। ସାହିତ୍ୟ ସାଧନା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସେ ସମ୍ବର୍ଦ୍ଧିତ ହେବା ସହ ବହୁ ପୁରସ୍କାର ଓ ସମ୍ମାନ ଲାଭ କରିଥିଲେ। ଏଥିସହ ସେ ଦୂରଦର୍ଶନ ଓ ଆକାଶବାଣୀର ସ୍ବୀକୃତିପ୍ରାପ୍ତ ଗୀତିକାର ଓ ଗୀତିକବି ସମାଜର ସମ୍ପାଦକ ଥିଲେ। ତାଙ୍କ ବିୟୋଗରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓଡ଼ିଆ ପରାମର୍ଶଦାତା ପରିଷଦ ଆବାହକ ବିଜୟାନନ୍ଦ ସିଂ, ସଦସ୍ୟ ଅମରେଶ ପଟ୍ଟନାୟକ, ବିଜୟ କୁମାର ଶତପଥୀ, ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହୃଷୀକେଶ ମଲ୍ଲିକ, ଉପସଭାପତି ଡ. ସଂଗ୍ରାମ ଜେନା, ଉତ୍କଳ ସାହିତ୍ୟ ସମାଜର ସଭାପତି ତରୁଣ କୁମାର ସାହୁ, ଉପସଭାପତି ସଞ୍ଜିତ୍‌ ପଟ୍ଟନାୟକ, ଶିଶୁସାହିତ୍ୟ ଲେଖକ ସମ୍ମେଳନର ସାଧାରଣ ସମ୍ପାଦକ ଡ. ଗୋବିନ୍ଦ ଚନ୍ଦ୍ର ଚାନ୍ଦ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କଟକ, ରାଜ୍ୟ View All

କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦ୍ୱିତୀୟ ଲହର ପରେ ଏବେ କରୋନାର ତୃତୀୟ ଲହର ଚିନ୍ତା। ଏସବୁ ମଧ୍ୟରେ ମଙ୍ଗଳବାର ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍‌ଫେରେନ୍ସି ଜରିଆରେ...

ଘରେ ବସି ଆପ୍‌ରେ ବୁକିଂ କରିହେବ ଅକ୍ସିଜେନ୍‌

ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍‌ଡାଉନ ଶଟ୍‌ଡାଉନ୍‌ର ସୁଫଳ ମିଳୁଛି। ହେଲେ ଏବେ...

ରାଜଧାନୀରୁ ଆଉ ୯୭୪ ସଂକ୍ରମିତ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍‌ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ...

ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ ଘଟଣା: ଏସ୍‌ଡିଜେଏମ୍‌ କୋର୍ଟରେ ମାମଲା

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍‌ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ...

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସକୁ ନନ୍ଦିନୀ ଶତପଥୀଙ୍କ ନାମରେ ନାମିତ କରିବାକୁ ଦାବି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରାବାସ ଓ ଛାତ୍ରୀନିବାସଗୁଡ଼ିକ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ନାମିତ ହେବାର ଏକ ପରମ୍ପରା ଅଛି। ଏବେ ବିଶ୍ୱବିଦ୍ୟାଳୟ ପରିସରରେ ୭ଟି...

ଦ୍ୱିତୀୟ ଲହରରେ ଗଞ୍ଜାମରୁ ୩୯ ଜଣଙ୍କ ମୁଣ୍ଡ ନେଲାଣି କରୋନା

ଛତ୍ରପୁର,୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ...

ଆର୍‌ପିଡିଏସିକୁ ଡର

ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି) ବୈଠକ...

ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ

ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇଜାକ୍‌ ହର୍‌ଜୋଗ୍‌ ଇସ୍ରାଏଲ ରାଷ୍ଟ୍ରପତି
Next Post Next post:
ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts