ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ)ର ମୁଦ୍ରାନୀତି କମିଟି(ଏମ୍ପିସି) ବୈଠକ ବୁଧବାରଠାରୁ ଆରମ୍ଭ ହୋଇଛି। ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକ ୪ ଜୁନ୍ରେ ଏହାର ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିବ। ଚଳିତ ଥର ରିଜର୍ଭ ବ୍ୟାଙ୍କ ରେପୋ ସମେତ ଅନ୍ୟ କୌଣସି ହାରରେ ପରିବର୍ତ୍ତନ କରିବ ନାହିଁ ବୋଲି କୁହାଯାଉଛି। ଉଲ୍ଲେଖଯୋଗ୍ୟ, ଏପ୍ରିଲରେ ମଧ୍ୟ ଏମ୍ପିସି ରେପୋ ହାରରେ କୌଣସି ପରିବର୍ତ୍ତନ କରି ନ ଥିଲା। ଯଦି ଚଳିତ ଥର ମଧ୍ୟ ରେପୋରେ କୌଣସି ପରିବର୍ତ୍ତନ ନ ହୁଏ ତେବେ ୬ ଥର ପାଇଁ ରେପୋ ହାର ଅପରିବର୍ତ୍ତିତ ରହିବ। କରୋନା ଯୋଗୁ ବଜାର ବର୍ତ୍ତମାନ ଆହ୍ବାନପୂର୍ଣ୍ଣ ରହିଛି। ସେହିଭଳି ଦରଦାମ ବୃଦ୍ଧି ଭଳି ପ୍ରସଙ୍ଗକୁ ମଧ୍ୟ କେନ୍ଦ୍ରୀୟ ବ୍ୟାଙ୍କ ନଜରରେ ରଖି ସ୍ଥିତାବସ୍ଥା ବଜାୟ ରଖିବ ବୋଲି କୁହାଯାଉଛି। ବର୍ତ୍ତମାନ ରେପୋ ୪% ହାରରେ ରହିଛି। ସେହିଭଳି ରିଭର୍ସ ରେପୋ ୩.୫% ହାରରେ ରଖାଯାଇଛି।
ସୁଇସ ବ୍ୟାଙ୍କରୁ ତଥ୍ୟ ମଗାଗଲା
ନୂଆଦିଲ୍ଲୀ: ସୁଇସ୍ ବ୍ୟାଙ୍କରେ ଭାରତୀୟଙ୍କ ଜମା ବଢିଥିବା ଏକ ରିପୋର୍ଟ ନିକଟରେ ଆସିଥିଲା। ଭାରତୀୟଙ୍କ କଳାଧନ ବଢିଥିବା ଏହି ରିପୋର୍ଟକୁ ଆଧାର କରି ସାରା ଦେଶରେ...
ମଲ୍ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ଏସ୍ସିଏଆଇ
ଭୁବନେଶ୍ୱର: କରୋନା ମହାମାରୀରେ ନିୟନ୍ତ୍ରଣ ଓ ସୁରକ୍ଷିତ ଭାବେ ମଲ୍ଗୁଡ଼ିକୁ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପ୍ରଦାନ ପାଇଁ ଶପିଂ ସେଣ୍ଟର ଆସୋସିଏଶନ ଅଫ୍ ଇଣ୍ଡିଆ...
ବହୁଦେଶୀୟ କମ୍ପାନୀଙ୍କ ଟିକସ ନେଇ ଜି-୭ର ନିଷ୍ପତ୍ତି
ନୂଆଦିଲ୍ଲୀ,୭।୬: ଶନିବାର ଜି-୭ ରାଷ୍ଟ୍ର ସମୂହର ପ୍ରତିନିଧି ଓ ଅଧିକାରୀଙ୍କ ମଧ୍ୟରେ ଏକ ବିଶେଷ ବୈଠକ ଲଣ୍ଡନରେ ଅନୁଷ୍ଠିତ ହୋଇଯାଇଛି। ଗୁଗଲ, ଆପଲ୍ ଓ ଆମାଜନ...
ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍ଡିଆଇ ସୀମା ବଢ଼ିପାରେ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକରେ ପୁଞ୍ଜି ପ୍ରତ୍ୟାହାର ଯୋଜନାକୁ ଆଗକୁ ବଢ଼ାଉଛନ୍ତି। ଏ କ୍ଷେତ୍ରରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍ଡିଆଇ) ନିୟମ ପ୍ରତିବନ୍ଧକ...
ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ
ନୂଆଦିଲ୍ଲୀ: କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ପ୍ରୋତ୍ସାହିତ କରିବା...
ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା
ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ...
ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ)...
ମନୋହରପୁର ଖଣିରୁ ଓପିଜିସିକୁ କୋଇଲା ଯୋଗାଣ
ଭୁବନେଶ୍ୱର: ଓଡ଼ିଶା କୋଲ୍ ଆଣ୍ଡ ପାଓ୍ବାର ଲିମିଟେଡ୍ (ଓସିପିଏଲ୍) ମନୋହରପୁର ଖଣିରୁ ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି)କୁ କୋଇଲା ଯୋଗାଣ ଶୁଭାରମ୍ଭ ହୋଇଛି। ଓସିପିଏଲ୍...


