ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା ନ କରି ସଙ୍ଗେ ସଙ୍ଗେ ଘରୋଇ ସେକ୍ଟରରେ ଭର୍ତ୍ତି ହେଉଛନ୍ତି। ଏହା ଗୁରୁତର ଅନିୟମିତତା ବୋଲି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (ସିଭିସି) ଗୁରୁବାର କହିଛନ୍ତି। ବାବୁମାନଙ୍କୁ ଅବସର ପରବର୍ତ୍ତୀ ଚାକିରି ଦେବା ପୂର୍ବରୁ ସମସ୍ତ ସରକାରୀ ସଂସ୍ଥା ବାଧ୍ୟତାମୂଳକ ଭିଜିଲାନ୍ସ ମଞ୍ଜୁରୀ ନେବା ଆବଶ୍ୟକ ବୋଲି ସିଭିସି ତାଙ୍କ ନିର୍ଦ୍ଦେଶନାମାରେ କହିଛନ୍ତି। ଅନେକ କ୍ଷେତ୍ରରେ ଦେଖାଯାଉଛି, ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ପରେ ଘରୋଇ ସଂସ୍ଥାରେ ପୂର୍ଣ୍ଣକାଳୀନ କିମ୍ବା ଚୁକ୍ତିଭିତ୍ତିକ ନିଯୁକ୍ତି ଗ୍ରହଣ କରୁଛନ୍ତି। ଏଥିପାଇଁ ଥିବା କୁଲିଂ ଅଫ୍ ସମୟ ପ୍ରତି ସେମାନେ ଧ୍ୟାନ ଦେଉନାହାନ୍ତି। ଏହା ସେମାନଙ୍କ କ୍ଷେତ୍ରରେ ଗୁରୁତର ଅସଦାଚରଣ। ସିଭିସି କେନ୍ଦ୍ର ସରକାରଙ୍କ ସବୁ ବିଭାଗର ସଚିବ ଏବଂ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକର ମୁଖ୍ୟମାନଙ୍କୁ ନିର୍ଦ୍ଦେଶନାମା ଜାରି କରିବା ଅବସରରେ ଏହା କହିଛନ୍ତି। ଅବସର ପରେ କୌଣସି ଘରୋଇ ସେକ୍ଟରରେ ନିଯୁକ୍ତି ଗ୍ରହଣ କରିବା ପୂର୍ବରୁ କର୍ମଚାରୀମାନେ ଯେପରି କୁଲିଂ ଅଫ୍ ସମୟକୁ ମାନିବେ ସେଥିପାଇଁ ସମସ୍ତ ସରକାରୀ ସଂସ୍ଥା ନିଜ କର୍ମଚାରୀମାନଙ୍କ ଲାଗି ଉପଯୁକ୍ତ ନିୟମାବଳୀ ଓ ଗାଇଡ୍ଲାଇନ ପ୍ରସ୍ତୁତ କରିବାକୁ ସିଭିସି ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ନିୟମର ଉଲ୍ଲଂଘନ ହେଲେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ବ୍ୟବସ୍ଥା ରଖିବାକୁ କମିଶନ କହିଛନ୍ତି।
ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍…
ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି।...
ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୦।୬: ଜୁନ ୨୧ ଅର୍ଥାତ୍ ସୋମବାର ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଭାରତ ସମେତ ଅନେକ ଦେଶରେ ବିଭିନ୍ନ...
ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ
ଲକ୍ଷ୍ନୌ,୧୬।୬: କରୋନାର ଦ୍ୱିତୀୟ ଲହର ଉତ୍ତରପ୍ରଦେଶରେ ତାଣ୍ଡବ ରଚିଥିବା ବେଳେ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ତେବେ କିଛି ଜିଲାକୁ ଛାଡ଼ିଦେଲେ ଅନ୍ୟ...
ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ...
ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର
ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ...
୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…
ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...
କୋଭିଶିଲ୍ଡ ଟିକା ବ୍ୟବଧାନ ହ୍ରାସ: ଜାଣନ୍ତୁ କାହାକୁ ଦିଆଯିବ ପ୍ରାଥମିକତା
ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କୋଭିଶିଲ୍ଡର ପ୍ରଥମ ଏବଂ ଦ୍ୱିତୀୟ ଡୋଜ ମଧ୍ୟରେ ବ୍ୟବଧାନକୁ ପୁଣି ଥରେ ହ୍ରାସ କରିଛି। ଏହା...
୨୪କୁ ନଜର, ୨୨ ପାଇଁ ଛାନିଆ
ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା...


